ଯୌନ ଉତ୍ପୀଡ଼ନ ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ କରାଗଲା ସଚେତନ, ବାଲ୍ୟ ବିବାହଠୁ ଦୂରରେ ରହିବାକୁ ପରାମର୍ଶ

ଦାରିଙ୍ଗବାଡି, ୪।୮ (ଅରୁଣ ସାହୁ): ଆଜିର ଶିଶୁ କାଲିର ଭବିଷ୍ୟତ ସେମାନଙ୍କ ସାମାଜିକ ସୁରକ୍ଷା ନିହାତି ଆବଶ୍ୟକ। ବାଲ୍ୟ ବିବାହ, ବାଲ୍ୟ ଶ୍ରମିକକୁ ରୋକିବା ସହ ଯୌନ ଉତ୍ପୀଡ଼ନ ସମ୍ପର୍କରେ ଛାତ୍ରୀଛାତ୍ରମାନଙ୍କୁ ସଚେତନ କରାଯାଇଛି। ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ଉମେଶ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଝିଞ୍ଜିରୀଗୁଡା ପଞ୍ଚାୟତର ଉଲିପଦର ସେବାଶ୍ରାମ ସମେତ ଦାରିଙ୍ଗବାଡିର ବାଳିକା ଉଚ୍ଚ ବିଦ୍ୟାଳୟ ଓ ଗ୍ରୀନବାଡିରେ ଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହି ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବାଲ୍ୟ ବିବାହ ନିରୋଧ ଓ ବାଲ୍ୟ ଶ୍ରମିକ କାହାକୁ କୁହାଯାଏ ସେଥିପାଇଁ ଛାତ୍ରୀଛାତ୍ରମାନଙ୍କ କ’ଣ କ୍ଷତି ରହିଛି ଓ ଏଥିପାଇଁ କଣ ଆଇନ ରହିଛି ସେ ସମ୍ପର୍କରେ ରିସର୍ସପର୍ସନମାନେ କହିଥିଲେ। ସେହିପରି ଯୌନ ନିର୍ଯାତନା କଣ ଏବଂ ସେମାନେ କିଭଳି ଆଇନର ଆଶ୍ରୟ ନେବେ ସେ ନେଇ ସଚେତନ କରାଯାଇଛି । ସେହିପରି ସାଇବର କ୍ରାଇମ ସମ୍ପର୍କରେ ମଧ୍ୟ ଛାତ୍ରୀଛାତ୍ରଙ୍କୁ ସଚେତନ କରାଯାଇଛି । ଏହାକୁ ବାଲିଗୁଡା ଏସଡିପିଓ ରମେନ୍ଦ୍ର ପ୍ରସାଦ ଙ୍କ ତତ୍ତ୍ୱାବଧାନରେ କନ୍ଧମାଳ ଏସପିଙ୍କ କାର୍ଯ୍ୟାଳୟରୁ ମହିଳା ଇନ୍ସପେକ୍ଟର ଦୀପିକା ରାୟ,ଗେଲି କୁମାରୀ ସାହୁ, ଶାନ୍ତିମୈତ୍ରୀ ସ୍ବେଛାସେବୀ ର ସମ୍ପାଦକ ଭଗବାନ ଜେନା, ଦାରିଙ୍ଗବାଡି ସବଇନ୍ସପେକ୍ଟର ଜୟନ୍ତ କୁମାର ସେଠି, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି ପ୍ରମୁଖ ସଚେତନ କରିଥିଲେ। କାର୍ଯ୍ୟକ୍ରମକୁ ଉଲିପଦର ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମଦନ ମୋହନ ବେହେରା, ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ଜେନା ଏବଂ ଗ୍ରୀନବାଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ବେହେରା ଓ ଅନ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri