ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ପରେ ସ୍କୁଲ ଗଲେ ଛାତ୍ରୀଛାତ୍ର

ଉମରକୋଟ,୨୬।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅଧୀନ ସାନଭରଣ୍ଡି ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ଦାସଙ୍କୁ ବିଇଓ ବିକାଶ ଚନ୍ଦ୍ର ସରକାର ବଦଳି କରିଛନ୍ତି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ପତ୍ର ସଂଖ୍ୟା ୨୮୩୪/ ୨୪/୮/୨୨ ଅନୁଯାୟୀ ଗୀତାଞ୍ଜଳି ଦାସଙ୍କୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବଡ଼କୁମାରୀକୁ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ବଦଳି କରାଯାଇଛି। ସାନଭରଣ୍ଡି ବିଦ୍ୟାଳୟରେ ବର୍ତ୍ତମାନ କୌଣସି ପ୍ରଧାନ ଶିକ୍ଷକଙ୍କୁ ନିଯୁକ୍ତି ଦିଆ ଯାଇନାହିଁ। ସେଠାରେ ସ୍କୁଲର ବରିଷ୍ଠ ଶିକ୍ଷକଙ୍କୁ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହିବା ପାଇଁ ଚିଠିରେ ଉଲ୍ଲେଖ ଅଛି। ବରିଷ୍ଠ ଶିକ୍ଷକ ଶିବ ସୁବେଦାର ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ୱ ନେଇଛନ୍ତି।
ପ୍ରକାଶ ଯେ, ସାନଭରଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ରୋଷେଇ ଖର୍ଚ୍ଚ ପ୍ରଦାନରେ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ଦାସ ଚଞ୍ଚକତା କରିଥିବା ଗ୍ରାମବାସୀ ଉମରକୋଟ ବିଇଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହା ଉପରେ ତଦନ୍ତ ମଧ୍ୟ ହେଇଥିଲା। ମଙ୍ଗଳବାର ଗ୍ରାମରେ ମିଟିଂ କରି ପିଲାଙ୍କୁ ବିଦ୍ୟାଳୟ ନ ଛାଡିବାକୁ ଅଭିଭାବକମାନେ ନିଷ୍ପତ୍ତି ନେଇଥିଲେ। ଏହାର ଫଳସ୍ବରୂପ ବିଦ୍ୟାଳୟରେ ଅଧ୍ୟୟନରତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ୩୬୩ ଜଣ ଛାତ୍ରୀଛାତ୍ର ବୁଧବାର ସ୍କୁଲ ବର୍ଜନ କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ନ ହେବା ଯାଏ ପିଲାଙ୍କୁ ବିଦ୍ୟାଳୟକୁ ପଠାଇବେ ନାହିଁ ବୋଲି ଗ୍ରାମବାସୀ ଜିଦ୍‌ ଧରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ପରେ ଗୁରୁବାର ୧୦୧ ଛାତ୍ରୀଛାତ୍ର ସ୍କୁଲ ଆସିଥିଲେ। ଗୁରୁବାର ବିଦ୍ୟାଳୟର ସ୍ଥିତି ଅନୁଧ୍ୟାନ ପାଇଁ ସିଆର୍‌ସିସି ପୂର୍ଣ୍ଣ ଆଚାରୀ ଯାଇଥିଲେ। ଗୁରୁବାର ବିଦ୍ୟାଳୟର ଏସ୍‌ଏମ୍‌ସି କମିଟି ସଦସ୍ୟ, ସଭାପତି ଏବଂ ଗ୍ରାମବାସୀ ସ୍କୁଲ ଯାଇଥିଲେ। ଶୁକ୍ରବାର ସମସ୍ତ ପିଲାଙ୍କୁ ବିଦ୍ୟାଳୟକୁ ପଠାଇବେ ବୋଲି ଅଭିଭାବକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri