ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ପରେ ସ୍କୁଲ ଗଲେ ଛାତ୍ରୀଛାତ୍ର

ଉମରକୋଟ,୨୬।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅଧୀନ ସାନଭରଣ୍ଡି ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ଦାସଙ୍କୁ ବିଇଓ ବିକାଶ ଚନ୍ଦ୍ର ସରକାର ବଦଳି କରିଛନ୍ତି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ପତ୍ର ସଂଖ୍ୟା ୨୮୩୪/ ୨୪/୮/୨୨ ଅନୁଯାୟୀ ଗୀତାଞ୍ଜଳି ଦାସଙ୍କୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବଡ଼କୁମାରୀକୁ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ବଦଳି କରାଯାଇଛି। ସାନଭରଣ୍ଡି ବିଦ୍ୟାଳୟରେ ବର୍ତ୍ତମାନ କୌଣସି ପ୍ରଧାନ ଶିକ୍ଷକଙ୍କୁ ନିଯୁକ୍ତି ଦିଆ ଯାଇନାହିଁ। ସେଠାରେ ସ୍କୁଲର ବରିଷ୍ଠ ଶିକ୍ଷକଙ୍କୁ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହିବା ପାଇଁ ଚିଠିରେ ଉଲ୍ଲେଖ ଅଛି। ବରିଷ୍ଠ ଶିକ୍ଷକ ଶିବ ସୁବେଦାର ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ୱ ନେଇଛନ୍ତି।
ପ୍ରକାଶ ଯେ, ସାନଭରଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ରୋଷେଇ ଖର୍ଚ୍ଚ ପ୍ରଦାନରେ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ଦାସ ଚଞ୍ଚକତା କରିଥିବା ଗ୍ରାମବାସୀ ଉମରକୋଟ ବିଇଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହା ଉପରେ ତଦନ୍ତ ମଧ୍ୟ ହେଇଥିଲା। ମଙ୍ଗଳବାର ଗ୍ରାମରେ ମିଟିଂ କରି ପିଲାଙ୍କୁ ବିଦ୍ୟାଳୟ ନ ଛାଡିବାକୁ ଅଭିଭାବକମାନେ ନିଷ୍ପତ୍ତି ନେଇଥିଲେ। ଏହାର ଫଳସ୍ବରୂପ ବିଦ୍ୟାଳୟରେ ଅଧ୍ୟୟନରତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ୩୬୩ ଜଣ ଛାତ୍ରୀଛାତ୍ର ବୁଧବାର ସ୍କୁଲ ବର୍ଜନ କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ନ ହେବା ଯାଏ ପିଲାଙ୍କୁ ବିଦ୍ୟାଳୟକୁ ପଠାଇବେ ନାହିଁ ବୋଲି ଗ୍ରାମବାସୀ ଜିଦ୍‌ ଧରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ପରେ ଗୁରୁବାର ୧୦୧ ଛାତ୍ରୀଛାତ୍ର ସ୍କୁଲ ଆସିଥିଲେ। ଗୁରୁବାର ବିଦ୍ୟାଳୟର ସ୍ଥିତି ଅନୁଧ୍ୟାନ ପାଇଁ ସିଆର୍‌ସିସି ପୂର୍ଣ୍ଣ ଆଚାରୀ ଯାଇଥିଲେ। ଗୁରୁବାର ବିଦ୍ୟାଳୟର ଏସ୍‌ଏମ୍‌ସି କମିଟି ସଦସ୍ୟ, ସଭାପତି ଏବଂ ଗ୍ରାମବାସୀ ସ୍କୁଲ ଯାଇଥିଲେ। ଶୁକ୍ରବାର ସମସ୍ତ ପିଲାଙ୍କୁ ବିଦ୍ୟାଳୟକୁ ପଠାଇବେ ବୋଲି ଅଭିଭାବକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?