ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍‌ରେ ପାସ ହାର ୯୭.୮୯% ରହିଛି। ସେଥି ମଧ୍ୟରୁ ଏ୧ ଗ୍ରେଡ୍‌ରେ ୨୬୫୬ଜଣ, ଏ୨ ଗ୍ରେଡ୍‌ରେ ୨୨୧୩୧ଜଣ, ବି୧ ଗ୍ରେଡ୍‌ରେ ୫୨୨୯୯ଜଣ, ବି୨ ଗ୍ରେଡରେ ୯୪୪୭୫ଜଣ ରହିଛନ୍ତି। ତେବେ ପରୀକ୍ଷା ହୋଇ ନ ଥିବାରୁ ନିଜ ମାର୍କରେ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଇପାରିବେ। ସ୍ଥିତି ସ୍ବାଭାବିକ ହେଲେ ସେମାନେ ପରୀକ୍ଷା ଦେବେ। ଏଥିଲାଗି ଜୁଲାଇ ୫ରୁ ଫର୍ମ ଫିଲଅପ୍‌ କରିବାକୁ ହେବ। ଅଗଷ୍ଟ ଶେଷ ସୁଦ୍ଧା ପରୀକ୍ଷା କରିବାକୁ ଚେଷ୍ଟା କରାଯିବ ବୋଲି ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ବୋର୍ଡ ସଭାପତି କହିଛନ୍ତି।

ପ୍ରକାଶ ଯେ, ଚଳିତ ଥର ୫,୭୪,୧୨୫ ପିଲାଙ୍କର ମୂଲ୍ୟାଙ୍କନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫,୬୧,୦୧୦ଜଣ ପାସ କରିଛନ୍ତି। ୭୭୦୩ ଛାତ୍ରୀଛାତ୍ର ଫେଲ୍‌ ହୋଇଥିବା ବେଳେ ପରୀକ୍ଷାରେ ୪୪୧୨ ପିଲା ଅନୁପସ୍ଥିତ ରହିଥିଲେ। ସେହିଭଳି ୫୯୪୫ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି। ଏକ୍ସ ରେଗୁଲାର ପାସ ହାର ୮୮.୩୩% ରହିଛି। ୫୩,୨୭୯ଜଣ ପିଲା ପରୀକ୍ଷା ଦେଇଥିବା ବେଳେ ୪୭,୦୬୦ଜଣ ପାସ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?