ଥୁଆମୂଳରାମପୁର, ୭ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଡୁମେରପଦର ସରକାରୀ (ଏସ୍ଏସ୍ଡି) ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମା’ ମାଣିକେଶ୍ୱରୀ ପଞ୍ଚାୟତ ସମିତି ମହାବିଦ୍ୟାଳୟ ଅଧ୍ୟକ୍ଷ ସତ୍ୟନାରାୟଣ ମୁଣ୍ଡଛିନା ଯୋଗଦେଇ ଉତ୍ସବକୁ ଉଦ୍ଘାଟନ କରିଥିଲେ। ଅଧ୍ୟାପକ ଉଦ୍ଧବ ବାରିକ ମୁଖ୍ୟ ବକ୍ତା ଓ ବ୍ଲକ ମଙ୍ଗଳ ଅଧିକାରୀ ଶୁଭଜିତ ସ୍ବାଇଁ, ବନ ବିହାରୀ ପରିଡ଼ା, ସେଖ ଅକ୍ତାର, ପ୍ରଶାନ୍ତ ମୁଣ୍ଡଛିନା, ଖବରଦାତା କୈଳାଶ ଛତ୍ରିଆ, ପ୍ରଶାନ୍ତ ନାଏକ, ସିଆରସିସି ଯଦୁମଣି ନାଏକ, ଏସ୍ଏମ୍ସି ସଭାପତି ପ୍ରଧାନୀ ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିକ୍ଷାର ବିକାଶ ଉପରେ ବକ୍ତବ୍ୟ ରଖିଥିଲେ। ଅତିଥିମାନେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରି ପୁରସ୍କୃତ କରିଥିଲେ। ଶିକ୍ଷକ କିଶୋର ଚନ୍ଦ୍ର ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ବ୍ରଜରାଜ ବିଶି ଧନ୍ୟବାଦ ଅର୍ପଣ କରିଥିଲେ। ସଭା ପରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ମାଟ୍ରନ ମୀନା କୁମାରୀ ନାଏକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଶିକ୍ଷକ ସତ୍ୟ ପ୍ରକାଶ ଗଡତିଆ, ଦିବା ପ୍ରସାଦ ବିଛା, ଶକ୍ତି ପ୍ରସାଦ ରଥ, ସୁଜିତ ପ୍ରଧାନ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।

