ଦେଶପ୍ରେମରେ ଉଦ୍‌ବୁଦ୍ଧ ହେବେ ଛାତ୍ରୀଛାତ୍ର

ଚଣ୍ଡିଖୋଲ,୨ା୧(ଡି.ଏନ.ଏ.): ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ବେଳେ ବ୍ୟବହୃତ ହୋଇଥିବା ଏକ ରୁଷ୍‌ ନିର୍ମିତ ଯୁଦ୍ଧ ଟ୍ୟାଙ୍କ ଶନିବାର ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟରେ ପହଞ୍ଚିଛି। ଛାତ୍ରୀଛାତ୍ରଙ୍କୁ ଦେଶ ପ୍ରେମରେ ଉଦ୍‌ବୁଦ୍ଧ ହେବା ପାଇଁ ଏହି ଟ୍ୟାଙ୍କ ପ୍ରଦର୍ଶନୀ କରାଯିବ ବୋଲି ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ବୀରେନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି। ଏହି ଟ୍ୟାଙ୍କଟି ଭାରତ ସୀମାରେ ଥିଲା। ତେବେ ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ଯୁଦ୍ଧ ଟ୍ୟାଙ୍କ ବିଷୟରେ ପରିଚିତ ପାଇଁ ଏହାକୁ ମହାବିଦ୍ୟାଳୟ ପରିସରରେ ରଖିବା ଲାଗି ଜଣେ କମାଣ୍ଡାଣ୍ଟ ପ୍ରସ୍ତାବ ଦେଇଥିଲେ।
ଚଣ୍ଡିଖୋଲ ମହାବିଦ୍ୟାଳୟ ପୁରାତନ ଛାତ୍ରୀଛାତ୍ର ଏହାକୁ ଆଣିବା ପାଇଁ ୩ଲକ୍ଷରୁ ଊର୍ଦ୍ଧ୍ୱଟଙ୍କା ପ୍ରଦାନ କରିଥିବାବେଳେ ମହାବିଦ୍ୟାଳୟ ତରଫରୁ ୧ଲକ୍ଷ ୮ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ମହାବିଦ୍ୟାଳୟ ଅଧ୍ୟକ୍ଷ, ପରିଚାଳନା କମିଟି ସଭାପତି ବିନାୟକ ପଣ୍ଡା, ପୁରାତନ ଛାତ୍ର ସଂସଦ ତରଫରୁ ଦେବରାଜ ବେହେରା, ଚଣ୍ଡିଖୋଲ ଓକିଲ ସଂଘ ସମ୍ପାଦକ ପ୍ରକାଶ ଦାସ, ଏନ୍‌ସିସି କମାଣ୍ଡାଣ୍ଟ୍‌ ଅଧ୍ୟାପକ ଦିଲୀପ ନାୟକ ଓ ସଲୀଳରାଜନନ୍ଦନ ମହାନ୍ତିଙ୍କ ସମେତ ଛାତ୍ରୀଛାତ୍ର, ଅଧ୍ୟାପିକାଅଧ୍ୟାପକ ଏବଂ ସ୍ଥାନୀୟ ଜନସାଧାରଣ ଚଣ୍ଡିଖୋଲଛକଠାରୁ ଟ୍ୟାଙ୍କକୁ ସ୍ବାଗତ କରି କଲେଜ ପରିସରରେ ପହଞ୍ଚାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri