ଡିଜିଟାଲ କ୍ଷେତ୍ରରେ ଦକ୍ଷ ହେବେ ଛାତ୍ରୀଛାତ୍ର, ଶିକ୍ଷକ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷାଲାଭ କରୁଥିବା ଛାତ୍ରୀଛାତ୍ର ଏବଂ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଏକବିଂଶ ଶତାବ୍ଦୀର ଟେକ୍ନୋଲୋଜି ଏବଂ ପଠନଶୈଳୀ ସମ୍ବନ୍ଧରେ ପ୍ରଶିକ୍ଷଣ ପ୍ରଦାନ ପାଇଁ ସୋମବାର ‘କ୍ୱେଷ୍ଟ ଆଲିଆନ୍ସ’ ଏବଂ ‘ମୋ ସ୍କୁଲ୍‌ ଅଭିଯାନ’ ମଧ୍ୟରେ ଏକ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଯାଇଛି। ଏହି ଏମ୍‌ଓୟୁ ମାଧ୍ୟମରେ ଆସନ୍ତା ୩ବର୍ଷ ମଧ୍ୟରେ ୪ ହଜାର ହାଇସ୍କୁଲର ୨୦ ହଜାର ଶିକ୍ଷୟିତ୍ରୀଶିକ୍ଷକ ଏବଂ ୧୬ଲକ୍ଷ ଛାତ୍ରୀଛାତ୍ରଙ୍କୁ ଡିଜିଟାଲ୍‌ କ୍ଷେତ୍ରରେ ଦକ୍ଷ କରାଯିବ। ଏହାସହ ଛାତ୍ରୀଛାତ୍ରଙ୍କ ମଧ୍ୟରେ ‘ଷ୍ଟେମ୍‌’(ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ, ଗଣିତ) ଶିକ୍ଷାର ପ୍ରଚାର ପ୍ରସାର କ୍ଷେତ୍ରରେ ‘ମୋ ସ୍କୁଲ୍‌’ ଏବଂ ‘କ୍ୱେଷ୍ଟ ଆଲିଆନ୍ସ’ ମିଳିତ ଭାବରେ କାର୍ଯ୍ୟ କରିବେ। ସେହିଭଳି ‘କ୍ୱେଷ୍ଟ ଆଲିଆନ୍ସ’ର ବିଶେଷଜ୍ଞ ଟିମ୍‌ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ କ୍ୟାରିୟର କାଉନ୍‌ସେଲିଂ ସେସନ୍‌ର ଆୟୋଜନ କରିବେ। ପ୍ରତ୍ୟେକ ବିଦ୍ୟାଳୟରୁ ଦୁଇଜଣ ଲେଖାଏ ଶିକ୍ଷକଙ୍କୁ ମନୋନୀତ କରାଯାଇ ସେମାନଙ୍କୁ ପ୍ରଶିକ୍ଷକ ଭାବରେ ବିକଶିତ କରାଯିବ। ପରବର୍ତ୍ତୀ ସମୟରେ ସେମାନେ ଅନ୍ୟ ଶିକ୍ଷୟିତ୍ରୀଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କୁ ଡିଜିଟାଲ ଟେକ୍ନୋଲୋଜିରେ ପ୍ରଶିକ୍ଷିତ କରିବେ। ସେହିଭଳି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉଦ୍ୟୋଗୀ ମନୋଭାବର ବିକାଶ କରାଯିବା ସହ ସେମାନଙ୍କୁ ଲାଇଫ୍‌ ସ୍କିଲ୍‌ ସମ୍ପର୍କରେ ମଧ୍ୟ ଅବଗତ କରାଯିବ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ସହଭାଗିତାକୁ ମଧ୍ୟ ଗୁରୁତ୍ୱ ଦିଆଯିବ। ନିୟମିତ ବ୍ୟବଧାନରେ ଅଭିଭାବକମାନଙ୍କୁ ନେଇ ୱେବିନାରର ଆୟୋଜନ କରାଯିବ, ପିଲାମାନଙ୍କ ପାଠପଢ଼ା ଏବଂ ସେମାନଙ୍କ ଶୈକ୍ଷିକ ବିକାଶ ସମ୍ପର୍କରେ ଅବଗତ କରାଯିବ।
‘ମୋ ସ୍କୁଲ୍‌ ଅଭିଯାନ’ ପରିଚାଳନା ସଙ୍ଗଠନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଏହି ଏମ୍‌ଓୟୁ ସ୍ବାକ୍ଷର କାର୍ଯ୍ୟକ୍ରମରେ ‘ମୋ ସ୍କୁଲ୍‌’ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ଭାରପ୍ରାପ୍ତ ଅଧିକାରୀ ପ୍ରତିଭା ଦୋରା ଉପସ୍ଥିତ ଥିଲେ। ମୋ ସ୍କୁଲ୍‌ ପକ୍ଷରୁ ଅନୁପମ ସାହା ଏବଂ କ୍ୱେଷ୍ଟ ଆଲିଆନ୍ସ ପକ୍ଷରୁ ସିଇଓ ଆକାଶ ସେଠୀ ଏମ୍‌ଓୟୁ ସ୍ବାକ୍ଷର କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri