ନିଜକୁ ନିଜେ ସୁରକ୍ଷା ଦେବାରେ ସିଦ୍ଧହସ୍ତ ହେବେ ଛାତ୍ରୀ: ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ

ଦାରିଙ୍ଗବାଡି, ୧୦।୪ (ଅରୁଣ ସାହୁ )- କଲେଜ ପଢିବା ଛାତ୍ରୀମାନେ ନିଜ ସୁରକ୍ଷାକୁ କିଭଳି ସୁଦୃଢ଼ କରିବେ ସାମାଜିଜ ସୁରକ୍ଷା ପାଇଁ ସେମାନଙ୍କୁ ରାଜ୍ୟ ସରକାର ତାଲିମ ପ୍ରଦାନ କରୁଛନ୍ତି। ପ୍ରକାଶ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ତାଲିମ ପ୍ରଦାନ କରାଯାଇଛି। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇଥିବା ଏହି ତାଲିମ ଗୁରୁବାର ଶେଷ ହୋଇଛି।

ଏହି ଉଦଯାପନୀ ଉତ୍ସବରେ କଲେଜର ଅଧ୍ୟକ୍ଷ ଡ଼ଃ ଭାସ୍କର ଚରଣ ନାୟକଙ୍କ ଅଧ୍ୟକ୍ଷତାରେ ଅତିଥିଭାବେ ଋଷିମାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ସନ୍ତୋଷ କୁମାର ନାହାକ ଅତିଥି ଭାବେ ଯୋଗଦେଇଥିଲେ। ସେହିପରି ଡିଗ୍ରୀ କଲେଜର ଇତିହାସ ଅଧ୍ୟାପକ ଅକ୍ଷୟ ବେହେରା ଦଳାଇ ସ୍ବାଗତ ଭାଷଣ ଦେବା ସହ ଆତ୍ମସୁରକ୍ଷା ତାଲିମର ଆବଶ୍ୟକତା ଓ ଏହାର ସଫଳତା ସମ୍ପର୍କରେ ଅବଗତ କରାଇଥିଲେ।

ଆତ୍ମସୁରକ୍ଷା ତାଲିମର ସଂଯୋଜିକା ତଥା ଅଧ୍ୟାପିକା ଲଳିତା ସିଂ ଓ ପ୍ରଶିକ୍ଷିକା ସୁଶ୍ରୀ ସୁରଭି ଶବରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶିବିରାର୍ଥୀମାନଙ୍କୁ ଆତ୍ମସୁରକ୍ଷା ସମ୍ପର୍କିତ ବିଭିନ୍ନ କୌଶଳମାନ ଶିକ୍ଷା ପ୍ରଦାନ କରାଯାଇଥିଲା। ଏହା ୮ଟି ଅଧିବେଶନରେ ଶିକ୍ଷା ପ୍ରଦାନ କରାଯାଇଥିଲା ଉଦଯାପନୀ ଉତ୍ସବରେ ସଫଳ ଭାବେ ଅଂଶଗ୍ରହଣ କରିଥିବା ସମସ୍ତ ଛାତ୍ରୀମାନଙ୍କୁ ମାନପତ୍ର ଅତିଥିଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମକୁ କଲେଜର ଅମିତ କୁମାର ନାୟକ, ମନୋରଞ୍ଜନ ବଳିୟାରସିଂ,ସମୀର ପ୍ରସାଦ ମାଇକେଲ, କୃଷ୍ଣ କୁମାର ମାଝୀ, ସୁଜ୍ଞାନ ସାହୁ, ବିମଲ ବସ୍ତାରାୟ, ଲାଇବ୍ରେରିୟାନ ପବିତ୍ର ବେହେରଦଳାଇ ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ଅମିତ କୁମାର ନାୟକସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri