ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର, ସପ୍ତମ ଶ୍ରେଣୀ ପାଇଁ ସପ୍ତାହକୁ…

ଭୁବନେଶ୍ୱର,୮ା୬: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର। ଜାତୀୟ ଶିକ୍ଷା ନୀତି-୨୦୨୦କୁ ସ୍କୁଲରେ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନଇପି-୨୦୨୦ ଅନୁଯାୟୀ, ପାଠ୍ୟକ୍ରମ ରୂପରେଖରେ ପରିବର୍ତ୍ତନ କରାଯାଇଛି। ସମସ୍ତ ଶ୍ରେଣୀର ପିଲାଙ୍କ ବିଷୟବସ୍ତୁ ଉପରୁ ଭାର ହ୍ରାସ ଯୋଜନା ରହିଥିବାବେଳେ ଏବେ ଗୋଟିଏ ଶିକ୍ଷାବର୍ଷରେ ୨୩୦ ଦିନ ସ୍କୁଲ ଖୋଲା ରହିବ। ୨୦ ଦିନ ସ୍କୁଲରେ ବାର୍ଷିକୋତ୍ସବ ଓ କ୍ରୀଡ଼ା ଉତ୍ସବ ଆଦି ପାଳନ ହେବ। ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର। ଶିକ୍ଷାବର୍ଷରେ ୧୯୦ ଦିନ ଶିକ୍ଷାଦାନ ସହ ପ୍ରତିଦିନ ୭ଟି ପିରିୟଡ ପାଠପଢ଼ା ହେବ। ଶିଶୁ ବାଟିକା ପିଲାଙ୍କ ପାଇଁ ପ୍ରତି ଶନିବାର ବସ୍ତାନି ବିହୀନ ଦିବସ ପାଳନ କରାଯିବ। ଷଷ୍ଠରୁ ଅଷ୍ଟମ ଛାତ୍ରୀଛାତ୍ରଙ୍କ ପାଇଁ ବର୍ଷକୁ ୧୦ ଦିନ ସ୍କୁଲ ବ୍ୟାଗ୍‌ ମନା। ସମସ୍ତ ଶ୍ରେଣୀ ପାଇଁ ସପ୍ତାହକୁ ୪୨ଟି ପିରିୟଡ ପାଠପଢା ହେବ। ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପାଇଁ ୪୯୮ ସମୟ ସାରଣୀ ପ୍ରସ୍ତୁତ ହେବ। ଏନେଇ ନୂଆ ସମୟ ସାରଣୀ ପ୍ରସ୍ତୁତ କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ନିର୍ଦ୍ଦେଶନାମା ପାଳନ ପାଇଁ ସବୁ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି। ସ୍କୁଲ କର୍ତ୍ତୃପକ୍ଷ ସମସ୍ତ ନିୟମ କଡ଼ାକଡ଼ି ପାଳନ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri