‘ଶିକ୍ଷକ-ଅଭିଭାବକଙ୍କ ମଧ୍ୟରେ ସମନ୍ବୟ ରହିଲେ ବିଦ୍ୟାର୍ଥୀଙ୍କ ବିକାଶ ହେବ’

ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ‘ଆମେ ଜାଣିବା, ଆମେ ଜିଣିବା’ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଦାରିଙ୍ଗବାଡ଼ି ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ବ୍ଲକ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ଇନଚାର୍ଜ ପ୍ରିନ୍ସପାଲ ସୋନାଲିକା ପୃଷ୍ଟି, ବିଦ୍ୟାଳୟ ପରିଚାଳନା କମିଟିର ସଭାନେତ୍ରୀ ଆଶାଲତା ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ।

ବିଦ୍ୟାଳୟର ପ୍ରଧାନଶିକ୍ଷକ ନରେନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତା ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଂଶୀଦାର ହେଉଛନ୍ତି ଅଭିଭାବକ। ତେଣୁ ଅଭିଭାବକ, ଶିକ୍ଷୟିତ୍ରୀ-ଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସମନ୍ବୟ ରହିଲେ ଛାତ୍ରୀଛାତ୍ରଙ୍କ ବିକାଶ ହୋଇପାରିବ। ଶିକ୍ଷାନୁଷ୍ଠାନରେ କେବଳ ପିଲାଙ୍କୁ ଛାଡି ଅଭିଭାବକ ନିଜ ଦାୟିତ୍ୱରୁ ଓହରିଗଲେ ପିଲାମାନଙ୍କ ବିଷୟରେ ଜାଣିବା କଷ୍ଟକର। ତେଣୁ ହଷ୍ଟେଲରେ ରହି ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଠପଢ଼ା, ଅନ୍ୟ ଖେଳକୁଦ ଓ ବିଦ୍ୟାଳୟ ଯାତାୟାତ ଏବଂ ସେମାନଙ୍କ ମାନସିକ ଶାରୀରିକ ପରିବର୍ତ୍ତନ ଆଦି ଅଭିଭାବକମାନେ ଜାଣିବା ଦରକାର। ବିଶେଷକରି ଛାତ୍ରୀମାନଙ୍କ ବିଷୟରେ ଅଭିଭାବକମାନେ ଅଧିକ ଦାୟିତ୍ୱ ନେବା ଦରକାର। ଜଣେ ଛାତ୍ରୀ କାହା ସହ ସାଙ୍ଗସାଥୀ ହେଉଛି ସେ କ’ଣ କରୁଛି ସେ ସମ୍ପର୍କରେ ନିହାତି ଗୁରୁତ୍ୱ ଦେବା ଦରକାର ବୋଲି ସିଡିପିଓ କହିଥିଲେ।

ସେହିପରି ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କ ମାଗଣା ପାଠ ପଢ଼ାଇବା ପାଇଁ କ’ଣ ସବୁ ପ୍ରଦାନ କରାଯାଉଛି ସେ ସମ୍ପର୍କରେ ମୁଖ୍ୟ ବକ୍ତା ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି ଉପସ୍ଥିତ ଅଭିଭାବକମାନଙ୍କୁ ଅବଗତ କରିଥିଲେ। ପିଲାଙ୍କୁ ପାଠ୍ୟପୁସ୍ତକ ସମେତ ୟୁନିଫର୍ମ, କାଜୁଆଲ ଡ୍ରେସ, ଜୋତା, ହାଉସ ଡ୍ରେସ, ମଶାରୀ, ଖଟ, କମ୍ବଳ, ଟ୍ରେ, ବିଭିନ୍ନ ପ୍ରକାର ବୃତ୍ତି ପ୍ରଦାନ, ଆଦି ସରକାର ଯୋଗାଉଥିବା କହିଥିଲେ। ସେହିପରି ବିଜ୍ଞାନ ଶିକ୍ଷକ ରମାକାନ୍ତ ଦେଶୀନାୟକ ଉପସ୍ଥିତି ଅଭିଭାବକମାନଙ୍କୁ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ବୃତ୍ତି ଓ ଛାତ୍ରୀଛାତ୍ରଙ୍କ ଅଧିକାର ସମ୍ପର୍କରେ ଅବଗତ କରିଥିଲେ। କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସହକାରୀ ଶିକ୍ଷକ ସାରଦା ପ୍ରସାଦ ମଙ୍ଗରାଜ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri