ପାରଦର୍ଶିତା ଦେଖାଇବେ ଛାତ୍ରୀଛାତ୍ର: ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଇଁ ପ୍ରସ୍ତୁତି ଜୋରଦାର

ଦାରିଙ୍ଗବାଡ଼ି,୩୧।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଖେତୀଶ ପ୍ରିୟଦର୍ଶି ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପ୍ରଥମେ ପୂର୍ବ ବର୍ଷର ବୈଠକ ଓ ଦିବସ ପାଳନ ପାଇଁ ନିଆଯାଇଥିବା ନିଷ୍ପତି ଓ ବିଭିନ୍ନ ଉପକମିଟିର କର୍ମକର୍ତ୍ତାଙ୍କ ଦାୟିତ୍ୱ ସମ୍ପର୍କରେ ବିବରଣୀ ପଠନ କରିଥିଲେ।

ପରେ ଚଳିତବର୍ଷ ଏହି ଦିବସକୁ ସମସ୍ତଙ୍କ ସହଯୋଗରେ କିଭଳି ଅତି ଉତ୍ତମ ଭାବେ ଓ ବହୁ ଆଡମ୍ବରରେ ପାଳନ କରାଯିବ ସେନେଇ ବିଡ଼ିଓ ମତ ରଖିଥିଲେ। ସେହିପରି ନୂତନ ଭାବେ ବିଭିନ୍ନ ଦାୟିତ୍ୱ ବଣ୍ଟନ କରାଯାଇଥିଲା। ଏଥିପାଇଁ ଜାତୀୟ ଦିବସ ପାଳନ କମିଟିର ଉପକମିଟି ଗଠନ କରାଯାଇଥିଲା। ବିଶେଷ କରି ସାମୂହିକ ପ୍ୟାରେଡ, ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଓ ବିଚାରକ ମଣ୍ଡଳୀ ଚୟନ, ପ୍ରଚାର ପ୍ରସାର କରାଯିବା ସହ ଶାନ୍ତି କମିଟିରେ ପୋଲିସ ଆଇଆଇଆସି କନକ କୁମାର ମାଝୀଙ୍କୁ ମୁଖ୍ୟ ଦାୟିତ୍ୱ ବଣ୍ଟନ କରାଯାଇଥିଲା।

ସେହିପରି ସାମୁହିକ ପ୍ୟାରେଡ, ସାଂସ୍କୃତିକ କାର୍ଯ୍ୟକ୍ରମ, ଜଳ, ମିଷ୍ଟାନ୍ନ ବଣ୍ଟନ, ମଞ୍ଚ ପରିଚାଳନା, ପୁରସ୍କାର ବଣ୍ଟନ ଆଦି ବିଭିନ୍ନ କାର୍ଯ୍ୟକ୍ରମ କୁ ପରିଚାଳନା କରିବା ପାଇଁ କମିଟିର କର୍ମକର୍ତ୍ତାମାନେ ଦାୟିତ୍ୱ ତୁଲାଇବେ। ସେହିପରି ଜାତୀୟ ଦିବସରେ ମୁଖ୍ୟ ଅତିଥିଭାବେ ଯେକୌଣସି ଜଣେ ଲୋକପ୍ରତିନିଧି ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ତେବେ ଏଥିରେ ବିଦ୍ୟାଧର ମଲିକ ସ୍‌ଜି. ଉଦୟଗିରି ବିଧାୟକ ପ୍ରଫୁଲ ପ୍ରଧାନଙ୍କୁ ଅତିଥି କରିବାକୁ ପ୍ରସ୍ତାବ ଦେଇଥିଲେ। ଏହାକୁ ଲେଙ୍କା ପ୍ରଧାନ ସମର୍ଥନ କରିବା ସହ ପ୍ରମୋଦ ଦିଗାଲ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି। ସେ ରାଜି ହୋଇଥିବା କହିଥିଲେ। ତେବେ ଏହାର କୌଣସି ନିଷ୍ପତି ହୋଇ ନ ଥିବା ଜଣାପଡିଛି । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଦାରିଙ୍ଗବାଡି ଥାନା ଅଧିକାରୀ ତଥା ଡିଏସପି କନକ କୁମାର ମାଝୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri