ତେଲୁଗୁ ବଦଳରେ ଓଡ଼ିଆ ପଢିବେ ଛାତ୍ରୀଛାତ୍ର

ଚିତ୍ରକୋଣ୍ଡା,୨୮ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଜୁମଡାଙ୍ଗ ଗ୍ରାମକୁ ପୂର୍ବରୁ ବିଇଓ ଗାୟତ୍ରୀ ଦେବୀ ଗସ୍ତକରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମର ପିଲାଙ୍କୁ ଶିକ୍ଷାଦାନ ନେଇ ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେହି ଅନୁସାରେ ଶନିବାର ବିଇଓ ଗାଁରେ ପହଞ୍ଚତ୍ ଗ୍ରାମର ୬ ଝିଅ ଓ ୮ ପୁଅ ଏପରି ୧୪ ଜଣଙ୍କୁ ନେଇ ବଡପଡା ଆବାସିକ ବିଦ୍ୟାଳୟରେ ନାମ ଲେଖାଇଛନ୍ତି। ସେମାନଙ୍କୁ ବହି, ଖାତା,ପୋଷାକ, ଜୋତା ଦିଆଯାଇଛି। ଛାତ୍ରୀଛାତମାନେ ଆଉ ତେଲୁଗୁ ବିଦ୍ୟାଳୟକୁ ଯିବେ ନାହିଁ। ତେଲୁଗୁ ବଦଳରେ ଓଡ଼ିଆ ପଢିବେ ବୋଲି ବିଇଓ କହିଛନ୍ତି।
ମାଲକାନଗିରି-ଆନ୍ଧ୍ର ସୀମାନ୍ତ ଜୁମଡାଙ୍ଗ ଗ୍ରାମ ଉପରେ ଆନ୍ଧ୍ର ନଜର ପକାଇ ଜୁମଡାଙ୍ଗ ଗ୍ରାମବାସୀଙ୍କୁ ପ୍ରଲୋଭିତ କରିଚାଲିଛି। ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ କରୁଛି। ନିକଟରେ ଆନ୍ଧ୍ରରେ ହେଉଥିବା ପଞ୍ଚାୟତ ନିର୍ବାଚନରେ ଭୋଟ ଦେବାକୁ ସୀମାନ୍ତ ଗ୍ରାମବାସୀଙ୍କୁ ପ୍ରବର୍ତ୍ତାଇଥିଲା। ମାତ୍ର ଏନେଇ ଖବର ପାଇ ବିଇଓଙ୍କ ସମେତ ଜିଲା ପ୍ରଶାସନର ଅଧିକାରୀମାନେ ଜୁମଡାଙ୍ଗରେ ପହଞ୍ଚତ୍ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ସେମାନେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନରୁ ଦୂରେଇ ରହିବାକୁ ପ୍ରବର୍ତ୍ତାଇଥିଲେ। ଗ୍ରାମବାସୀ ଆଲୋଚନା ବେଳେ ଗ୍ରାମରେ ରହିଥିବା ବିଭିନ୍ନ ସମସ୍ୟା ଅଧିକାରୀମାନଙ୍କ ଦୃଷ୍ଟିକୁ ଆଣିବା ସହ ଗ୍ରାମରେ ବିଦ୍ୟାଳୟ ନ ଥିବାରୁ ଗ୍ରାମର ପିଲାମାନେ ତେଲୁଗୁ ବିଦ୍ୟାଳୟରେ ପଢ଼ିବାକୁ ବାଧ୍ୟ ହେଉଛନ୍ତି ବୋଲି କହିଥିଲେ। ଏହାକୁ ପ୍ରଶାସନ ଗୁରୁତର ସହ ନେଇ ଉପରୋକ୍ତ ପଦକ୍ଷେପ ନେଇଛି। ବିଇଓଙ୍କ ସହ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଅଞ୍ଜନ ଚୌଧୁରୀ, ସିଆର୍‌ସିସି ପୀତାମ୍ବର ଖରା,ପୂର୍ବତନ ସିଆର୍‌ସିସି ନିତାଇ ରାୟ,ଜୁମଡାଙ୍ଗ ଅଞ୍ଚଳର ନଗେଶ ଖିଲ,ସୀତାରାମ ହନ୍ତାଲ,ରାମ ହନ୍ତାଳଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri