Posted inଜାତୀୟ

ସ୍ଥାନୀୟ ଭାଷାରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୨୦ା୪: କୌଣସି ବିଷୟରେ ଇଂଲିଶ୍‌ରେ ପାଠପଢ଼ା ହେଉଥିଲେ ମଧ୍ୟ ପରୀକ୍ଷା ବେଳେ ଛାତ୍ରୀଛାତ୍ରମାନଙ୍କୁ ନିଜ ସ୍ଥାନୀୟ ଭାଷାରେ ଲେଖିବାକୁ ସୁଯୋଗ ଦିଆଯିବ। ଏନେଇ ଦେଶର ବିଶ୍ୱବିଦ୍ୟାଳୟଗୁଡ଼ିକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନିର୍ଦ୍ଦେଶ ଦେଇଛନ୍ତି। ୟୁଜିସି ଅଧ୍ୟକ୍ଷ ଏମ୍‌. ଜଗଦୀଶ କୁମାର କହିଛନ୍ତି, ମୂଲ୍ୟାଙ୍କନକାରୀଙ୍କୁ ଡକାଇବା ସହ ପାଠ୍ୟପୁସ୍ତକଗୁଡ଼ିକର ଅନୁବାଦକୁ ପ୍ରୋତ୍ସାହନ ଦିଆଯିବା ଆବଶ୍ୟକ। ୟୁନିଭର୍ସିଟିଗୁଡ଼ିକରେ ଆଞ୍ଚଳିକ ଭାଷାରେ ଶିକ୍ଷା ଦାନ ଓ ଗ୍ରହଣ ପ୍ରକ୍ରିୟା କରାଇବାକୁ ପରାମର୍ଶ ଦିଆଯାଇଛି। ଶିକ୍ଷାରେ ଭାରତୀୟ ଭାଷାଗୁଡ଼ିକର ନିୟମିତ ବ୍ୟବହାର ହେଉଛି ନୂଆ ଜାତୀୟ ଶିକ୍ଷା ନୀତି (ଏନ୍‌ଇପି)ର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ମାତୃଭାଷା ଓ ସ୍ଥାନୀୟ ଭାଷାରେ ପାଠ ପଢ଼ାଇବା ଉପରେ ଏଥିରେ ଗୁରୁତ୍ୱାରୋପ କରାଯାଇଛି। ଏହାଦ୍ୱାରା ଛାତ୍ରୀଛାତ୍ରଙ୍କ ଜ୍ଞାନ ଆହରଣ ଦକ୍ଷତାର ବିକାଶ ଘଟିବ ବୋଲି ଜଗଦୀଶ କହିଛନ୍ତି। ଇଂଲିଶ୍‌ରେ ପାଠ ପଢ଼ା ଜାରି ରହିଥିଲେ ମଧ୍ୟ ସ୍ଥାନୀୟ ଭାଷାରେ ଶିକ୍ଷା ଦାନ ଓ ଗ୍ରହଣ ଆରମ୍ଭ ହେଲେ ଛାତ୍ରୀଛାତ୍ର ଏଥିରେ ଅଧିକ ଜଡ଼ିତ ହେବେ। ଫଳରେ ସଫଳତା ହାର ବୃଦ୍ଧି ପାଇବ। ଏହାଦ୍ୱାରା ସେମାନେ ପରିପ୍ରକାଶ ପାଇଁ ମଧ୍ୟ ଅଧିକ ସୁଯୋଗ ପାଇବେ ବୋଲି ୟୁଜିସି ଅଧ୍ୟକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri