କଳିଙ୍ଗା ଘାଟି ବିକଳ୍ପ ରାସ୍ତା ପାଇଁ ଅନୁଧ୍ୟାନ ଆରମ୍ଭ

ଭଞ୍ଜନଗର,୧୭ା୧୦(ବାବୁଲା ପ୍ରଧାନ): ଭୂସ୍ଖଳନରେ ଭୁଶୁଡ଼ି ପଡିଥିବା କଳିଙ୍ଗା ଘାଟି ରାସ୍ତା କାମ ମାସକ ପରେ ବି ସରିନାହିଁ। ଜାତୀୟ ରାଜପଥ କର୍ତ୍ତୃପକ୍ଷ ଜନସାଧାରଣ ଆବଶ୍ୟକତାକୁ ଗୁରୁତର ଭାବେ ନ ନେବା ଯୋଗୁ କାମ ମନ୍ଥର ଗତିରେ ଚାଲିଛି।

ଆସନ୍ତା ୨୫ ତାରିଖ ସୁଦ୍ଧା ଚାରିଚକିଆ ଏବଂ ଦୁଇ ଚକିଆ ଯାନକୁ ପରୀକ୍ଷାମୂଳକ ଭାବେ ଉକ୍ତ ରାସ୍ତାରେ ଚଲାଇବା ଲକ୍ଷ୍ୟରେ କାମ ଚାଲିଛି ବୋଲି ଜାତୀୟ ରାଜପଥ ବିଭାଗ ପକ୍ଷରୁ ଭଞ୍ଜନଗରରେ ହୋଇଥିବା ଏକ ସମୀକ୍ଷା ବୈଠକରେ ସୂଚନା ଦିଆଯାଇଛି। ଏଭଳି ସ୍ଥିତିରେ ଭବିଷ୍ୟତକୁ ଆଖି ଆଗରେ ରଖି ସେଠାରେ ପୂର୍ବରୁ ଥିବା ଆଉ ଏକ ଅସ୍ଥାୟୀ ରାସ୍ତାକୁ ସବୁଦିନିଆ ରାସ୍ତା ଭାବେ ଖୋଲିବା ବ୍ୟବସ୍ଥା କରିବାକୁ ଅଞ୍ଚଳବାସୀ ଦାବି କରିଥିଲେ।

ଶୁକ୍ରବାର ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ବିକଳ୍ପ ରାସ୍ତା ଅନୁଧ୍ୟାନ କରିବାକୁ ଯାଇଥିଲେ। ଉକ୍ତ ରାସ୍ତାରେ କୌଣସି ବଡ ଘାଟି ପଡୁନାହିଁ। ପ୍ରାୟ ୫ କି.ମି. ରାସ୍ତା ପଡୁଛି। ତେଣୁ ଭବିଷ୍ୟତକୁ ଦେଖି ଉକ୍ତ ରାସ୍ତାଟି ବିକଳ୍ପ ରାସ୍ତା ଭାବେ ବ୍ୟବହାର କିଭଳି ହେବ ସେ ନେଇ ସମସ୍ତେ ମତ ଦେଇଥିଲେ ।

ଏଥିପାଇଁ ଆଗାମୀ ଦିନରେ ସରକାରଙ୍କ ଅନୁମୋଦନ ଲୋଡାଯିବ ବୋଲି ଜଣାପଡିଛି। ବିଧାୟକଙ୍କ ଅନୁଧ୍ୟାନ ବେଳେ ଭଞ୍ଜନଗର ଉପ ଜିଲାପାଳ ଉମା ଶଙ୍କର ବେହେରା, ଡିଏଫଓ ହିମାଂଶୁ ଶେଖର ମହାନ୍ତି, ଜଗନ୍ନାଥପ୍ରସାଦ ବ୍ଲକ ଉପାଧ୍ୟକ୍ଷ ନୀଳାଚଳ ଖିଲାର, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ, କ୍ଷୁଦ୍ର ଜଳସେଚନ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍‌! ଏବେଠୁ କିଣି ନିଅନ୍ତୁ…

ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri