Posted inଜାତୀୟ

ଦେଶର ୮ ସହରରେ ପ୍ରଦୂଷଣ ଯୋଗୁ ଅସମୟରେ ଯାଇଛି ୧ ଲକ୍ଷରୁ ଅଧିକ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୧୧ ।୪: ଦେଶର କିଛି ସହରରେ ବାୟୁ ପ୍ରଦୂଷଣ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । ଏକ ଅନ୍ତରାଷ୍ଟ୍ରୀୟ ଅଧ୍ୟୟନରୁ ଜଣାପଡିଛି କି ୨୦୦୫ରୁ ୨୦୧୮ ମଧ୍ୟରେ ଦେଶର ୮ଟି ସହରରେ ପ୍ରଦୂଷଣ କାରଣରୁ ୧ ଲକ୍ଷରୁ ଅଧିକ ଲୋକଙ୍କର ଅସମୟରେ ମୃତ୍ୟୁ ହୋଇଛି ।
ନାସା ଓ ୟୁରୋପୀୟ ଅନ୍ତରୀକ୍ଷ ଏଜେନ୍ସିର ଉପଗ୍ରହରୁ ମିଳିଥିବା ସଂଖ୍ୟାର ବିଶ୍ଳେଷଣ ଆଧାରରେ ଏହି ଚମକାଇବା ଭଳି ତଥ୍ୟ ସାମ୍ନାକୁ ଆସିଛି । ଏହି ୮ ସହର ମଧ୍ୟରେ ରହିଛି ମୁମ୍ବାଇ, ବେଙ୍ଗାଲୁରୁ, କୋଲକାତା, ହାଇଦ୍ରାବାଦ, ଚେନ୍ନାଇ, ସୁରଟ , ପୁଣେ ଓ ଅହମଦାବାଦ । ବ୍ରିଟେନର ବର୍ମିଂହାମ ବିଶ୍ୱବିଦ୍ୟାଳୟ ଓ ୟୁସିଏଲର ବିଶେଷଜ୍ଞଙ୍କ ନେତୃତ୍ୱରେ କରାଯାଇଥିବା ଏହି ଅଧ୍ୟୟନରୁ ଏହି ତଥ୍ୟ ମିଳିଛି । ଉକ୍ତ ରିପୋର୍ଟ ଅନୁଯାୟୀ, ଦ୍ରୁତ ଗତିରେ ବଢି ଚାଲିଥିବା ପ୍ରଦୂଷଣ କାରଣରୁ ୧୪ ବର୍ଷ ମଧ୍ୟରେ ପ୍ରାୟ ୧,୮୦,୦୦୦ଲୋକଙ୍କର ଅସମୟରେ ମୃତ୍ୟୁ ହୋଇଛି । ବିଶେଷଜ୍ଞ ଟିମ ୨୦୦୫-୨୦୧୮ ମଧ୍ୟରେ ନାସା ଓ ୟୁରୋପୀୟ ଅନ୍ତରୀକ୍ଷ ଏଜେନ୍ସି(ଇଏସଏ)ର ଉପଗ୍ରହରୁ ମିଳିଥିବା ସୂଚନାର ବିଶ୍ଳେଷଣ କରି ଏହି ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri