ସୁକନ୍ୟା ଯୋଜନା ସୁଧ ହାର ୮.୨%କୁ ବୃଦ୍ଧି

ଭୁବନେଶ୍ୱର, ୩୦।୧୨(ଅନୁରାଧା ମହାରଣା): ସୁକନ୍ୟା ସମୃଦ୍ଧି ଯୋଜନାରେ ନିବେଶ କରୁଥିବା ନିବେଶକମାନଙ୍କୁ ସରକାର ନୂଆ ବର୍ଷରେ ଏକ ବଡ଼ ଉପହାର ଦେଇଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ପାଇଁ ଏହି ଯୋଜନାର ସୁଧ ହାର ୮ ପ୍ରତିଶତରୁ ୮.୨ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏହା ବ୍ୟତୀତ ୩ ବର୍ଷର କାର୍ଯ୍ୟକାଳ ସହିତ ଜମା ଉପରେ ସୁଧ ୭ ପ୍ରତିଶତରୁ ୭.୧ ପ୍ରତିଶତକୁ ବୃଦ୍ଧି କରାଯାଇଛି। ମାତ୍ର ଅନ୍ୟ ଛୋଟ ସଞ୍ଚୟ ଯୋଜନାର ସୁଧ ହାରରେ କୌଣସି ପରିବର୍ତ୍ତନ ହୋଇନାହିଁ। ବିଶେଷକରି ପବ୍ଲିକ ପ୍ରୋଭିଡେଣ୍ଟ ପାଣ୍ଠିର ନିବେଶକମାନେ ଅର୍ଥାତ୍‌ ପିପିଏଫ ପୁଣି ଥରେ ନିରାଶ ହୋଇଛନ୍ତି। ସୂଚନା ଥାଉ କି, ଅର୍ଥ ମନ୍ତ୍ରଣାଳୟର ଅର୍ଥନୈତିକ ବ୍ୟାପାର ବିଭାଗ ଜାନୁଆରୀରୁ ମାର୍ଚ୍ଚ ମଧ୍ୟରେ ୨୦୨୩-୨୪ ର ଚତୁର୍ଥ ତୈମାସିକ ପାଇଁ କ୍ଷୁଦ୍ର ସଞ୍ଚୟ ଯୋଜନାର ସୁଧ ହାର ସମୀକ୍ଷା ଏବଂ ଘୋଷଣା କରିଛି। କ୍ଷୁଦ୍ର ସଞ୍ଚୟ ଯୋଜନା ମଧ୍ୟରେ କେବଳ ସୁକନ୍ୟା ସମୃଦ୍ଧି ଯୋଜନାର ସୁଧ ହାରରେ ପରିବର୍ତ୍ତନ କରାଯାଇଛ। ବିଶେଷକରି ଝିଅମାନଙ୍କ ପାଇଁ ପ୍ରଯୁଜ୍ୟ କେନ୍ଦ୍ରସରକାରଙ୍କ ସୁକନ୍ୟା ଯୋଜନାର ସୁଧ ହାର ୮ ପ୍ରତିଶତରୁ ୮.୨ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏହାପୂର୍ବରୁ ମଧ୍ୟ ଚଳିତ ଆର୍ଥିକ ବର୍ଷର ପ୍ରଥମ ତୈମାସିକରେ ସୁକନ୍ୟା ସମୃଦ୍ଧି ଯୋଜନାର ସୁଧ ହାର ୭.୬ ପ୍ରତିଶତରୁ ୮ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା। ଅର୍ଥାତ୍‌ ଚଳିତ ଆର୍ଥିକ ବର୍ଷରେ ସରକାର ଏହି ଯୋଜନା ପାଇଁ ସୁଧ ହାରକୁ ୦.୬ ପ୍ରତିଶତ ବୃଦ୍ଧି କରିଛନ୍ତି। ତେବେ ଅନ୍ୟ କେତେକ ଯୋଜନାର ସୁଧ ହାରରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ଅର୍ଥ ମନ୍ତ୍ରଣାଳୟର ସର୍କୁଲାର ଅନୁଯାୟୀ, ୨୦୨୪ ଜାନୁଆରୀ ୧ରୁ ମାର୍ଚ୍ଚ ୩୧, ୨୦୨୪ ପର୍ଯ୍ୟନ୍ତ ସଞ୍ଚୟ ଜମା ଉପରେ ୪ ପ୍ରତିଶତ ସୁଧ ଉପଲବ୍ଧ ହେବ। ୧ ବର୍ଷ ସମୟ ଜମା ଉପରେ ୬.୯ ପ୍ରତିଶତ ସୁଧ, ୨ ବର୍ଷ ସମୟ ଜମା ଉପରେ ୭ ପ୍ରତିଶତ ସୁଧ ଏବଂ ୫ ବର୍ଷ ସମୟ ଜମା ଉପରେ ୭.୫ ପ୍ରତିଶତ ସୁଧ ଉପଲବ୍ଧ ହେବ। ୫ ବର୍ଷର ବାରମ୍ବାର ଜମା ଉପରେ ୬.୭ ପ୍ରତିଶତ ସୁଧ ହାର ଅପରିବର୍ତ୍ତିତ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri