୧୦ ଲକ୍ଷ ଲାଞ୍ଚନେଇ ବନ୍ଧାହୋଇଥିଲେ ଉପଜିଲାପାଳ ଜେଲରେ ବିଗିଡିଲା ସ୍ୱାସ୍ଥ୍ୟାବସ୍ଥା

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା ରବିବାର ରାତିରେ ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ଏହାସହ ଭିଜିଲାନ୍ସ ତାଙ୍କ ଘରୁ ଛାନ ଭିନ ବେଳେ ନଗଦ ୪୭ ଲକ୍ଷ ୪୭ ହଜାର ୬ ଶହ ଟଙ୍କା ଜବତ କରିଥିଲା। ପରେ ଉପ ଜିଲାପାଳ ଚକମାଙ୍କୁ ଭବାନୀପାଟଣା ଭିଜିଲାନ୍ସ ଅଫିସକୁ ଅଣାଯାଇ ସେଠାରେ ଜେରା କରାଯାଇଥିଲା। ଏହି ସମୟରେ ସେ ଜବତ ଟଙ୍କାର ହିସାବ ଦେଇ ନ ପାରିବାରୁ ତଥା ସଠିକ ଉତ୍ତର ଦେଇ ପାରି ନ ଥିବାରୁ ସୋମବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତେବେ ତାଙ୍କର ଜାମିନ ନା ମଞ୍ଜୁର ହେବାରୁ ଭବାନୀପାଟଣା ଜିଲା ମୁଖ୍ୟ ଜେଲ (କାରଗାରା)କୁ ପଠା ଯାଇଥିଲା। ସେଠାରେ ରହିବା ପରେ ଡିପ୍ରେସନ(ମାନସିକ ବିଷାଦ) କୁ ଆସି ତାଙ୍କ ସ୍ୱାସ୍ଥ୍ୟ ବସ୍ଥା ବିଗିଡ଼ି ଯାଇଥିବା ଜଣାପଡିଛି। ଯାହାଫଳରେ ତାଙ୍କୁ ଜେଲ ହସ୍ପିଟାଲ ରେ ଏବେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ଵାସ୍ଥ୍ୟ ବସ୍ଥା ସ୍ଥିର ଥିବା ଜଣାପଡିଛି। ଅନ୍ୟ ପକ୍ଷରେ ଜେଲ ଯିବା ପୂର୍ବରୁ ତାଙ୍କ ସ୍ୱାସ୍ଥ୍ୟ ବସ୍ଥା ପରୀକ୍ଷା କରିବା ସମୟରେ ସବୁ ଠିକ ଥିବାବେଳେ ଏବେ ଗୋଟିଏ ଦିନ ଜେଲ ରେ ରହିବା ପରେ ଡିପ୍ରେସନ କୁ ଆସି ତାଙ୍କ ସ୍ୱାସ୍ଥ୍ୟ ବସ୍ଥା ବିଗିଡି ଯିବା ଘଟଣା ସାଧାରଣ ରେ ଏବେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri