ଉପଖଣ୍ଡସ୍ତରୀୟ ଅଭିଯୋଗ ଶୁଣାଣି: ୪ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ସହ ମିଳିଲା ଟଙ୍କା

ଭଞ୍ଜନଗର,୧୭।୩(ବାବୁଲା ପ୍ରଧାନ): ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର ପୃଷ୍ଟି, ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ , ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ଅଭିଯୋଗ ଶୁଣାଣିରେ ଯୋଗଦେଇ ୧୪୬ଟି ଅଭିଯୋଗପତ୍ର ଗ୍ରହଣ କରିଛନ୍ତି। ଏହି ଅବସରରେ ୪ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିବାବେଳେ ୩ ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୧୩ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଅଭିଯୋଗ ସମୟରେ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଆବାସ ଯୋଜନା,ଖାଉଟି କାର୍ଡ , ବାର୍ଦ୍ଧକ୍ୟ ଭତ୍ତା, ଭୂମିହୀନଙ୍କ ପାଇଁ ବସୁନ୍ଧରା ଯୋଜନାରେ ଜାଗା ଆବଣ୍ଟନ ଉପରେ ମୁଖ୍ୟତଃ ଥିଲା।

ଏଡିଏମ ଆବେଦନ ଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଲୋକଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ କରାଯାଉ, ନଚେତ୍‌ ଦୋଷୀ
କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ଏଡିଏମ ପରୋକ୍ଷରେ ସୂଚାଇ ଦେଇଛନ୍ତି। ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷ ,ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ , ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ଭଞ୍ଜନଗର ତହସିଲଦାର ଅବିନାଶ ମହାର,ଭଞ୍ଜନଗର ବିଡିଓ ପୁର୍ଣଚନ୍ଦ୍ର ପାଢ଼ୀ, ପୂର୍ତ୍ତ ବିଭାଗ ଏସଡିଓ ଭଞ୍ଜନଗର ପ୍ରତାପ ନାୟକ, ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା , ଭଞ୍ଜନଗର ସହାୟକ ଜିଲାପାଳ ରାମଚନ୍ଦ୍ର ମହାପାତ୍ର,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri