ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ କରି ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ l

କାର୍ଯ୍ୟକ୍ରମରେ ବୀରମହାରାଜପୁର ଉପଖଣ୍ଡ ପୋଲିସ ଅଧିକାରୀ ହେମନ୍ତ ରାଓ ଉପସ୍ଥିତ ରହି ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀ ଏବଂ ଅଂଶଗ୍ରହଣ କରିଥିବା ଶ୍ରେଷ୍ଠ ପରେଡ ଦଳକୁ ପୁରସ୍କୃତ କରିଥିଲେ l ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରୀମାନଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Share