ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟା ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା।

ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପଜିଲାପାଳ ତଥା ଉତ୍ସବ ପାଳନ କମିଟି ସଭାପତି ପ୍ରଣୀତା ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରିଥଲେ। ଏପରିକି ଦେଶ ପାଇଁ ଶହୀଦ ହୋଇଥିବା ସାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜାତି ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିଥିଲେ l

ପରେଡ ଏବଂ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟଠାରେ ରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତିର ଅନ୍ତେବାସୀଙ୍କୁ ଫଳ ବଣ୍ଟନ କରାଯାଇଥିଲା ।

ଉତ୍ସବରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟି ସମ୍ପାଦକ ଶିବ ଶଙ୍କର ସମରଥ, ଯୁଗ୍ମ ସମ୍ପାଦକ ତୀର୍ଥବାସୀ ଘଡ଼େଇଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମୀ ରଞ୍ଜନ ମହାରଣା, ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri