ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟା ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା।

ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପଜିଲାପାଳ ତଥା ଉତ୍ସବ ପାଳନ କମିଟି ସଭାପତି ପ୍ରଣୀତା ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରିଥଲେ। ଏପରିକି ଦେଶ ପାଇଁ ଶହୀଦ ହୋଇଥିବା ସାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜାତି ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିଥିଲେ l

ପରେଡ ଏବଂ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟଠାରେ ରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତିର ଅନ୍ତେବାସୀଙ୍କୁ ଫଳ ବଣ୍ଟନ କରାଯାଇଥିଲା ।

ଉତ୍ସବରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟି ସମ୍ପାଦକ ଶିବ ଶଙ୍କର ସମରଥ, ଯୁଗ୍ମ ସମ୍ପାଦକ ତୀର୍ଥବାସୀ ଘଡ଼େଇଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମୀ ରଞ୍ଜନ ମହାରଣା, ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ।