ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ: ପରେଡରେ ଅଂଶ ଗ୍ରହଣ କଲେ ୪୭ ଦଳ

କାମାକ୍ଷାନଗର, ୧୫ । ୮ , (ସୁଧିର କୁମାର ପରିଡା) : ଢେଙ୍କାନାଳ ଜିଲା କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମ ଠାରେ ମଙ୍ଗଳବାର ୭୭ ତମ ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାମାକ୍ଷାନଗର ଉପଜିଲାପାଳ ନାରାୟଣ ଚନ୍ଦ୍ର ଜାତୀୟ ପତାକା ଉତ୍ତୋଳନ କରି ସମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ ।

ଏହି ଅବସର ଉପଜିଲାପାଳ ଉଦବୋଧନ ଦେଇ ଦେଶ ସ୍ବାଧୀନତାରେ ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ ଓ ବଳିଦାନର ସ୍ମତିଚାରଣ କରିଥିଲେ ।

ଏଥି ସହିତ ଦେଶ, ରାଜ୍ୟ ଓ ଜିଲାର ସ୍ବାଧୀନତା ସଂଗ୍ରାମୀ ଓ ପ୍ରଜାମଣ୍ଡଳ ଆନ୍ଦୋଳନର କର୍ଣ୍ଣଧାର ସାଜିଥିବା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।

ଚଳିତବର୍ଷ ପ୍ୟାରେଡ଼ରେ ୪୭ ଟି ଦଳ ଅଂଶ ଗ୍ରହଣ କରିଥିଲେ । ରିଜର୍ଭ ହାବିଲଦାଳ ପ୍ରଦୀପ ଦେହୁରୀ ପ୍ୟାରେଡ଼ ପରିଚାଳନା କରିଥିଲେ । ଚଳିତ ବର୍ଷ ପ୍ୟାରେଡେରେ ସାରଙ୍ଗଧର ଉଚ୍ଚ ବିଦ୍ୟାଳୟ ଏନସିସି ଜୁନିୟର ଡିଭିଜନ ବାଳିକା ଦଳଙ୍କୁ ଶ୍ରେଷ୍ଠ ପ୍ରାଟିିସିଙ୍ଗଦଳ , ଶ୍ରେଷ୍ଠ ବରିଷ୍ଠ ସିଭିଲିୟାନ ଭାବେ ରଘୁନାଥ ଜିଉ ଉଚ୍ଚ ବିଦ୍ୟାଳୟର ବାଳିକା ଦଳ, ଶ୍ରେଷ୍ଠ କନିଷ୍ଠ ଦଳ ଭାବେ ଶ୍ରୀ ଶ୍ରୀ ରବିଶଂଙ୍କର ବିଦ୍ୟାମନ୍ଦିର କୃତିତ୍ୱ ହାସଲ କରିଥିଲେ ।

ଏଥି ସହିତ ବିଭିନ୍ନ ପ୍ରତିଯୋଗିତା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀ, ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନକୁ ପୁରସ୍କୃତ କରାଯାଇଥିଲା । ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅପରାହ୍ନରେ କାମାକ୍ଷାନଗର ଓ କଙ୍କଡ଼ାହାଡ ମଧ୍ୟରେ ଏକ ବନ୍ଧୁତ୍ବ ପୂଣ୍ଣ ଫୁଟବଲ ଖେଳ ଅନୁଷ୍ଠିତ ହୋଇଥିଲା। ଉତ୍ସବ ରେ ଅନ୍ୟମାନଙ୍କ ମଧ୍ୟରେ ଏସଡିପିଓ ରଂଜନ କୁମାର ଦେଓ, ବିଡିଓ ବିକାଶ କୁମାର ମହାନ୍ତି, ସହକାରୀ ଜିଲାପାଳ ମଦନମୋହନ ଜେନା, ଦିପକ କୁମାର ମିଶ୍ର,ଓକିଲ ସଂଘର ସଭାପତି ଧର୍ମାନନ୍ଦ ମଲିକଙ୍କ ସମେତ ବିଭିନ୍ନ ପଦାଧିକାରି ମାନ୍ୟଗନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ଶିକ୍ଷକ ନିରଞ୍ଜନ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ମେଜର ଦିଲିପ ସାହୁ ସେକେଣ୍ଡ ଅଫିସର ଧ୍ରୁବଚରଣ ସୁନ୍ଦରାୟ,ଥାର୍ଡ ଅଫିସର ଦୁର୍ଯ୍ୟୋଧନ ସାହୁ,ଅଭିଶେକ ସାହୁ,ମନଶ୍ବିନି ନାୟକ ପ୍ରମୁୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri