ଡ୍ରାଇଭିଂ ଲାଇସେନ୍ସ ଫେରାଇବା ପାଇଁ ନେଉଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରାପଡ଼ିଲେ ସବ୍‌-ଇନ୍ସପେକ୍ଟର

ଭୁବନେଶ୍ୱର,୨୩ା୩: ଲାଞ୍ଚ ନେଇ ଶହୀଦନଗର ଥାନାର ସବ୍‌-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ  ଶନିବାର  ଗିରଫ ହୋଇଛନ୍ତି। ଜଣେ ବ୍ୟକ୍ତିଙ୍କଠାରୁ ଜବତ କରିଥିବା ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ଫେରାଇ ଦେବା ପାଇଁ ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ି ଗିରଫ ହୋଇଛନ୍ତି।

ଡିଏଲ୍‌ ଫେରାଇ ଦେବାକୁ ସବ୍‌-ଇନ୍ସପେକ୍ଟର ମୋଟ୍‌ ୫ ହଜାର ଟଙ୍କା ଅଭିଯୋଗକାରୀଙ୍କୁ ମାଗିଥିଲେ। ଅଭିଯୋଗକାରୀ ଗତ ୨୧ ତାରିଖରେ ତାଙ୍କୁ ୩ ହଜାର ଟଙ୍କା ଦେଇଥିଲେ। କିନ୍ତୁ ଆଉ ୨ ହଜାର ଟଙ୍କା ନ ଦେଲେ ଡିଏଲ୍‌ ଦେବେ ନାହିଁ ବୋଲି ସବ୍‌-ଇନ୍ସପେକ୍ଟର ତାଙ୍କୁ କହିଥିଲେ। ଏହା ପରେ ଅଭିଯୋଗକାରୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯୋଜନା ମୁତାବକ ସବ୍‌-ଇନ୍ସପେକ୍ଟର ବାକି ୨ ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଧରିଥିଲେ।

ଲାଞ୍ଚ ନେଇ ସେ ଧରାପଡ଼ିବା ପରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି। ଏହି ମାମଲାରେ ଭିଜିଲାନ୍ସର ଅନ୍ୟାନ୍ୟ ତଦନ୍ତ ମଧ୍ୟ ଜାରି ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri