ଟ୍ରକ୍‌ ଧକ୍କାରେ ସବ୍‌ଇନ୍ସପେକ୍ଟର ମୃତ

ନୂଆପଡ଼ା ଅଫିସ,୨/୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ପାଇଁ ଗାଁକୁ ଆସୁଥିବା ବେଳେ ଟ୍ରକ୍‌ ଧକ୍କାରେ ଜଣେ ପୋଲିସ ସବଇନ୍ସପେକ୍ଟରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନୂଆପଡ଼ା ଜିଲା ବୋଡେନ ଥାନା ବୋଇର ଗାଁର ସୁଧାଂଶୁ ପାଣ୍ଡେ (୫୦)। ସେ ଜିଲାର ବିଭିନ୍ନ ଥାନା, କୋର୍ଟରେ କାର୍ଯ୍ୟ କରି ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର (ଏଏସ୍‌ଆଇ)ରୁ ସବ୍‌ଇନ୍ସପେକ୍ଟର (ଏସ୍‌ଆଇ) ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ସେ ଅନୁଗୋଳସ୍ଥିତ ପୋଲିସ ପ୍ରଶିକ୍ଷଣ କେନ୍ଦ୍ରରେ ପ୍ରଶିକ୍ଷଣ ନେଉଥିଲେ। ଗୁରୁବାର ନୂଆଁଖାଇ ଥିବାରୁ ସେ ଛୁଟି ନେଇ ଘରକୁ ଯିବା ପାଇଁ ଆସି ନୂଆପଡା ସିଲଦାସ୍ଥିତ ରିଜର୍ଭ ପୋଲିସ ପରିସରସ୍ଥ ସରକାରୀ କ୍ୱାର୍ଟର୍ସର ଥିଲେ। ସକାଳେ
ସରକାରୀ କ୍ୱାର୍ଟରରୁ ବାଇକ୍‌ (ନଂ.ଓଡି-୨୬ଏ-୨୪୫୫) ଯୋଗେ ଆସି ନିକଟସ୍ଥ ଗୋତମା ଛକଠାରେ ଠିଆ ହୋଇଥିଲେ। ଏହି ସମୟରେ ନୂଆପଡାରୁ ରାୟପୁର ଅଭିମୁଖେ ଯାଉଥିବା ଏକ କୋଇଲା ବୋଝେଇ ଟ୍ରକ୍‌ (ନଂ. ସିଜି୦୮ଏକ୍ୟୁ-୮୫୧୧) ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ପାଣ୍ଡେଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଜୋଙ୍କ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଜବତ କରିବା ସହ ଡ୍ରାଇଭର ଓ ହେଲପରଙ୍କୁ ଗିରଫ କରି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?