ସବ୍‌-ଇନ୍ସପେକ୍ଟର ସ୍ବାଗତିକାଙ୍କ ମୃତ୍ୟୁକୁ ପୂରିଲା ବର୍ଷେ ୩ ମାସ: ମିଳିଲାନି ବ୍ୟବଚ୍ଛେଦ ରିପୋର୍ଟ

ନିରାକାରପୁର,୧୩ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ପାଣ୍ଡବପାଟଣା ଗ୍ରାମର ସ୍ବାଗତିକା ବେହେରାଙ୍କ ଫୁଲବାଣୀ ଜିଲାର ଜି-ଉଦୟଗିରି ଆଦର୍ଶ ଥାନାରେ ସବ୍‌-ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ଥିବା ବେଳେ ୨୦୨୨ ଅଗଷ୍ଟ ୨୭ରେ ଥାନା ପରିସରରେ ଥିବା ନିଜ କ୍ୱାର୍ଟର୍ସରେ ସନ୍ଦେହଜନକ ଭାବରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ମୃତ୍ୟୁର ରହସ୍ୟ ସାର୍ବଜନୀନ ଦାବି କରି ପରିବାର ଲୋକେ ସେତେବେଳେ ଜି-ଉଦୟଗିରି ଥାନା ଆଗରେ ଧାରଣା ଦେଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଫଳରେ ମୃତଦେହ ବ୍ୟବଚ୍ଛେଦ ପରେ ନିଜ ଗ୍ରାମକୁ ମୃତଦେହ ନେଇ ଆସିବା ପରେ ଗ୍ରାମବାସୀ ମିଳିତ ହୋଇ ସ୍ବାଗତିକା ପରିବାରର ଜଣଙ୍କୁ ଚାକିରି ଏବଂ ବିଧବା ବୋଉଙ୍କୁ ପେନ୍‌ସନ୍‌ ଭଳି ଦୁଇଦଫା ଦାବି ନେଇ ଶରଣକୂଳରୁ-ପୁରୀ ଯାଇଥିବା ନୂଆଜଗନ୍ନାଥ ସଡ଼କ ଉପରେ ସ୍ଥାନୀୟ ସରକାରୀ ମେଡିକାଲ ଛକ ନିକଟରେ ଗଣଧାରଣା ଦେଇଥିଲେ। ପରେ ତତ୍‌କାଳୀନ ବାଲୁଗାଁ ଏସ୍‌ଡିପିଓ, ନିରାକାରପୁର ଥାନା ଅଧିକାରିଣୀ ବ୍ଲକ୍‌ ପ୍ରଶାସନ ଘଟଣା ସ୍ଥଳରେ ପହଞ୍ଚି ଦାବି ପୂରଣ ପାଇଁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ କରାଯିବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ଧାରଣା ରାସ୍ତାରୁ ହଟି ମୃତଦେହ ଦାହ କରାଯାଇଥିଲା ା ହେଲେ ସ୍ବାଗତିକା ମରିବାର ବର୍ଷେ ୩ ମାସ ବିତିଯାଇଥିଲେ ମଧ୍ୟ ନା ମିଳିଲା ଦିଆଯାଇଥିବା ପ୍ରତିଶ୍ରୁତି ନା ମିଳିଲା ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ। ନା ସେ ବ୍ୟବହାର କରୁଥିବା ମୋବାଇଲ। ଏହାକୁ ନେଇ ବୁଧବାର ସ୍ଥାନୀୟ ଅଞ୍ଚଳକୁ ଆସିଥିବା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ଗାଡ଼ି ଆଗରେ ନିରାକାରପୁର ଷ୍ଟେଶନ ରାସ୍ତାରେ ପରିବାର ଲୋକେ ଧାରଣା ଦେଇଥିଲେ। ଏମ୍‌ପିଙ୍କ ଆଗରେ ଆସୁଥିବା ସୁରକ୍ଷାକର୍ମୀମାନେ ଧାରଣାକାରୀଙ୍କୁ ଉଠାଇ ଏମ୍‌ପିଙ୍କ ପାଖକୁ ନେବା ପରେ ମୋ’ କାର୍ଯ୍ୟାଳୟକୁ ଆସ ବୁଝାଯିବ କହିବା ପରେ ରାସ୍ତା ଅବରୋଧ ହଟିଥିଲା। ଏନେଇ ରାସ୍ତେ ବସିଥିବା ମୃତ ସ୍ବାଗତିକାଙ୍କ ବୋଉ ଉଷାରାଣୀ ବେହେରାଙ୍କୁ ପଚାରିବାରୁ ମୋ’ ଝିଅ ଆସି ବର୍ଷେ ତିନି ମାସ ହେଲା ମଲାଣି କିନ୍ତୁ ଆଜି ଯାଏ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମିଳିପାରିନାହିଁ କି ମୋ ପରିବାରକୁ ନ୍ୟାୟ ମିଳିପାରିଲା ନାହିଁ। ଆମକୁ ଏମ୍‌ପି ଡାକିଛନ୍ତି। ତାଙ୍କ ପାଖରୁ ଆସିବା ପରେ ଯାହା କରିବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri