ପାଟଣା, ସାହାରପଡ଼ାରେ ଖୋଲିବ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟ

ପାଟଣା,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକରେ ନୂତନ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟ ଖୋଲାଯିବ। ଏନେଇ ବୋର୍ଡ ଅଫ୍‌ ରେଭିନ୍ୟୁ ଇନ୍ସପେକ୍ଟର ଜେନେରାଲ ଅଫ୍‌ ରେଜିଷ୍ଟ୍ରେଶନ କଟକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

ରାଜ୍ୟରେ ୧୨୯ଟି ସବ୍‌ରେଜିଷ୍ଟ୍ରାର ଖୋଲାଯିବା ନେଇ ୨୭ ଜୁଲାଇ ୨୦୨୨ରେ ବିଜ୍ଞପ୍ତି ନଂ ୨୮୫୮ରେ ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ଏହି ସବୁ ସବ୍‌ରେଜିଷ୍ଟ୍ରି କାର୍ଯ୍ୟାଳୟ ତହସିଲ ମଧ୍ୟରେ କାର୍ଯ୍ୟ କରିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ପାଟଣା ନିର୍ବାଚନ ମଣ୍ଡଳୀର ପାଟଣା, ସାହାରପଡ଼ାରେ ସବ୍‌ରେଜିଷ୍ଟ୍ରି କାର୍ଯ୍ୟାଳୟ ନ ଥିବାରୁ ସାଧାରଣ ଲୋକେ ଜମିଜମା ବିକ୍ରି ଖରିଦ ରେଜିଷ୍ଟ୍ରି, ବ୍ୟାଙ୍କ ଲୋନ୍‌ ପାଇଁ ନାହିଁ ନ ଥିବା ହଇରାଣ ହରକତ ହୋଇ କେନ୍ଦୁଝର ରେଜେଷ୍ଟ୍ରି ଅଫିସ କିମ୍ବା ଘଟଗାଁ ସବ୍‌ ରେଜିଷ୍ଟ୍ରି ଅଫିସ ଉପରେ ନିର୍ଭରଶୀଳ ହେଉଥିଲେ। ଏନେଇ ବିଭିନ୍ନ ଗଣମାଧ୍ୟମରେ ବାରମ୍ବାର ଖବର ପ୍ରକାଶ ପାଇବା ସହ ବୁଦ୍ଧିଜୀବୀ ଓ ବିରୋଧୀ ଦଳ ନେତା ଦାବି କରିଥିଲେ। ପାଟଣା ଓ ସାହାରପଡ଼ାରେ ସବ୍‌ରେଜିଷ୍ଟ୍ରି ଘୋଷଣା ହେବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଆନନ୍ଦ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?