ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଏମ୍‌ ଡିଆଇସି

ସୋନପୁର,୨୧।୧୨(ମୃତ୍ୟୁଞ୍ଜୟ ଶତପଥୀ): ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ(ପିଏମ୍‌ଇଜିପି)ରେ ଋଣ ଆବେଦନକୁ ମଞ୍ଜୁର ପାଇଁ ଲାଞ୍ଚ ନେଉଥିବା ବେଳେ ଶନିବାର ସୁବର୍ଣ୍ଣପୁର ଜିଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ(ଜିଏମ୍‌ ଡିଆଇସି) ବିପିନ କୁମାର ଦେହୁରୀ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଦେହୁରୀ ତାଙ୍କ ସୁବର୍ଣ୍ଣପୁର ସହରସ୍ଥିତ ଅଫିସ ପ୍ରକୋଷ୍ଠରେ ଲାଞ୍ଚ ନେଉଥିବା ବେଳେ ସମ୍ବଲପୁର ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଛି।

ଏଥିସହ ସାଧାରଣ ପରିଚାଳକଙ୍କ କାର୍ଯ୍ୟାଳୟ, ସୁବର୍ଣ୍ଣପୁର ସହର ପ୍ରେସ କଲୋନିସ୍ଥିତ ଭଡା ଘର ଓ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଜୟରାମପୁରସ୍ଥିତ ପୈତୃକ ଘରେ ଏକକାଳୀନ ଚଢାଉ କରାଯାଇଛି। ସୁବର୍ଣ୍ଣପୁର, ବରଗଡ଼ ଓ ବାଲେଶ୍ୱର ଭିଜିଲାନ୍ସ ବିଭାଗର ୩ଟି ଟିମ୍‌ ଏହି ଚଢାଉରେ ସାମିଲ ହୋଇଛନ୍ତି। ଏହା ସହ ସମ୍ବଲପୁର ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ ୩୨/୨୪) ରୁଜୁ କରାଯାଇଛି।

ଭିଜିଲାନ୍ସ ସୂଚନା ମୁତାବକ, ତରଭା ଅଞ୍ଚଳର ସୁନିଲ ମିଶ୍ର ଭାରତ ସରକାରଙ୍କ ପିଏମ୍‌ଇଜିପିରେ ବ୍ୟାଙ୍କ୍‌ରୁ ଋଣ ନେଇ ରୋଜଗାରକ୍ଷମ ହେବା ପାଇଁ ଅନଲାଇନରେ ଆବେଦନ କରିଥିଲେ। ଋଣ ମଞ୍ଜୁର ପାଇଁ ସୁନିଲଙ୍କ ଦରଖାସ୍ତକୁ ଜିଏମ୍‌ ଡିଆଇସି ଦେହୁରୀ ବ୍ୟାଙ୍କକୁ ପଠାଇବାର ଥିଲା। ତେବେ ଋଣ ଆବେଦନକୁ ବ୍ୟାଙ୍କକୁ ପଠାଇବା ପାଇଁ ଦେହୁରୀ ଲାଞ୍ଚ ମାଗିଥିଲେ।

ଠିକାଦାର ତ୍ରିପାଠୀ ଏହି ସମ୍ପର୍କରେ ଶୁକ୍ରବାର ସୁବର୍ଣ୍ଣପୁର ଭିଜିଲାନ୍ସ କାର୍ଯ୍ୟାଳୟରେ ଲିଖିତ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ଅନୁସାରେ ଅନିଲ ଶନିବାର ସାଧାରଣ ପରିଚାଳକଙ୍କ ପ୍ରକୋଷ୍ଠକୁ ଆସିଥିଲେ। ସେ ସାଧାରଣ ପରିଚାଳକଙ୍କୁ ରାସାୟନିକ ପ୍ରେଲେପ ଦିଆ ୫ହଜାର ଟଙ୍କା ପ୍ରଦାନ କରିଥିଲେ। ଦେହୁରୀ ଉକ୍ତ ଟଙ୍କାକୁ ଏକ ପେପରରେ ଗୋଡାଇ ରଖିଥିଲେ। ପୂର୍ବରୁ ଜଗି ରହିଥିବା ଭିଜିଲାନ୍ସ ବିଭାଗର କର୍ମଚାରୀ ଦେହୁରୀଙ୍କୁ କାବୁ କରି ନେଇଥିଲେ। ତାଙ୍କ ନିକଟରୁ ୧୦ଟି ୫୦୦ଟଙ୍କିଆ ନୋଟ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଉଦ୍ଧାର କରାଯାଇଛି। ସୁବର୍ଣ୍ଣପୁର ଭିଜିଲାନ୍ସ ଡିଏସ୍‌ପି ରୀତାଞ୍ଜଳି ପଧାନଙ୍କ ନେତୃତ୍ୱରେ ଟିମ୍‌ ସୁବର୍ଣ୍ଣପୁର ଅଫିସ ଓ ଭଡା ଘରେ ଚଢାଉ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri