ସୁବର୍ଣ୍ଣପୁର ଜିଲା: ଚର୍ଚ୍ଚାରେ ୨ ଗୃହରକ୍ଷୀ

ସୁବଳୟା,୫।୧୦(ଜୟାନନ୍ଦ ରଥ)ସୁବର୍ଣ୍ଣପୁର ଜିଲାର ୨ ଜଣ ଗୃହରକ୍ଷୀ ଏବେ ଚର୍ଚ୍ଚାରେ। ନିକଟରେ ତରଭା ଥାନାରେ କାର୍ଯ୍ୟରତ ଗୃହରକ୍ଷୀ ବିଜୟ ସାହୁ ଗଞ୍ଜେଇ ଚୋରାଚାଲାଣ ବେଳେ ବଲାଙ୍ଗୀର ଜିଲା ପୋଲିସ ହାତରେ ଧରାପଡି ଏବେ ଜେଲରେ ଅଛନ୍ତି। ଉପରିସ୍ଥ ଅଧିକାରୀଙ୍କ ସହଯୋଗରେ ବିଜୟ ଦୀର୍ଘ ବର୍ଷ ଧରି ଗଞ୍ଜେଇ କାରବାର କରି ଆସୁଥିବା ପୋଲିସ ତଦନ୍ତରୁ ଜଣାପଡିଛି। ଏହି ଚର୍ଚ୍ଚା ଥମି ନ ଥିବା ବେଳେ ସୁବର୍ଣ୍ଣପୁର ଏସ୍‌ପିଙ୍କ ସରକାରୀ ବାସଭବନରେ ପୂର୍ବରୁ କାର୍ଯ୍ୟରତ ତଥା ଏବେ ରିଜର୍ଭ ପୋଲିସରେ କାର୍ଯ୍ୟ କରୁଥିବା ଜଣେ ଗୃହରକ୍ଷୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ଜିଲାର ଉଲୁଣ୍ଡା ଥାନାରେ କାର୍ଯ୍ୟରତ ଜଣେ ମହିଳା ଏଏସଆଇଙ୍କୁ ସମ୍ପୃକ୍ତ ଗୃହରକ୍ଷୀ ଜଣକ ଶାରୀରକ ସମ୍ପର୍କ ରଖିବା ପାଇଁ ବାଧ୍ୟ କରୁଥିବା ଭଳି ଗୁରୁତର ଅଭିଯୋଗ ଆସିଛି। ଏ ନେଇ ମହିଳା ଏଏସଆଇ ପ୍ରଥମେ ସୁବର୍ଣ୍ଣପୁର ଏସ୍‌ପି ଅମରେଶ ପଣ୍ଡାଙ୍କୁ ଜଣାଇଥିଲେ। ତେବେ ଏସ୍‌ପି ପଣ୍ଡା କୌଣସି ପଦକ୍ଷେପ ନ ନେବାରୁ ସେ ସମ୍ବଲପୁରସ୍ଥିତ ଉତ୍ତରାଞ୍ଚଳ ଆଇଜିଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଆଇଜି ମହିଳା ଏଏସଆଇଙ୍କ ଅଭିଯୋଗ ଶୁଣିବା ପରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ନାରାୟଣ ନାୟକ ଏହାର ତଦନ୍ତ କରୁଛନ୍ତି। ଅନ୍ୟପକ୍ଷେ ସମ୍ପୃକ୍ତ ମହିଳା ଏଏସଆଇଙ୍କ ସ୍କୁଟିରେ ସୁବଳୟା ଥାନା ଅଞ୍ଚଳର ସଂଗ୍ରାମ କେଶରୀ ପର୍ଡିଆ ନାମକ ଜଣେ ବ୍ୟକ୍ତି ଗଞ୍ଜେଇ ଚୋରାଚାଲଣ କରୁତ୍ଥିବା ବେଳେ ସୋନପୁର ଥାନାରେ ଏକ ମାମଲା ରୁଜୁ ହୋଇଛି। ଗିରଫ ପର୍ଡିଆ ସୁବଳୟା ଥାନାରେ ଆଉଟ ସୋର୍ସିଂ କର୍ମଚାରୀ ଭାବେ କମ୍ପ୍ୟୁଟର କାମ କରୁଥିଲେ। ଏହି ଘଟଣାକୁ ନେଇ ସୁବର୍ଣ୍ଣପୁର ପୋଲିସ ଏବେ ବଦନାମ ହୋଇଥିବା ବେଳେ କିଛି ପୋଲିସ କର୍ମଚାରୀ ଗଞ୍ଜେଇ ଓ ଅନ୍ୟ ବେଆଇନ କାରବାରରେ ଲିପ୍ତ ଥିବା ସ୍ପଷ୍ଟ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri