ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ କାମୁଡ଼ା ପରେ ହସ୍ପିଟାଲ ନନେଇ ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କରିବା ସମ୍ପୃକ୍ତ ବୃଦ୍ଧଙ୍କ ପାଇଁ କାଳ ହୋଇଛି। ମୃତକ ହେଲେ ବଡ଼ଭାଲୁପାଲି ଗ୍ରାମର ଛଣ ମାଝୀ (୬୭)।

ସୂଚନା ଅନୁସାରେ, ଶୁକ୍ରବାର ରାତି ପ୍ରାୟ ୨ଟା ସମୟରେ ଛଣ ମାଝୀ ବିଛଣାରୁ ଉଠି ପରିସ୍ରା ଯିବା ପାଇଁ ଖଟ ତଳେ ପାଦ ପକାଇବା ବେଳେ ଏକ କ୍ରେତ୍ (କଲେତ) ସାପକୁ ମାଡ଼ି ଦେଇଥିଲେ। ସାପଟି ତାଙ୍କ ଡାହାଣ ଗୋଡ଼ ଆଙ୍ଗୁଠିରେ କାମୁଡ଼ି ଦେଇଥିଲା। ଏହା ପରେ ପରିବାର ଲୋକେ ତୁରନ୍ତ ଡାକ୍ତରଖାନା ନ ନେଇ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କରାଇଥିଲେ। ଗୁଣିଆର ମନ୍ତ୍ର-ଯନ୍ତ୍ର କିଛି କାମ ଦେଇ ନ ଥିଲା ଏବଂ ସମୟ ବିତିବା ସହ ଶରୀର ସାରା ବିଷ ବ୍ୟାପି ଯାଇଥିଲା।

ଶନିବାର ସକାଳ ୮ଟାରେ ଅବସ୍ଥା ଅତି ଗୁରୁତର ହେବାରୁ ପରିବାର ଲୋକେ ତାଙ୍କୁ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ପରିବାର ପକ୍ଷରୁ ରାମପୁର ଥାନାରେ ଲିଖିତ ସୂଚନା ଦିଆଯାଇଥିଲା। ରାମପୁର ପୋଲିସ ମୃତଦେହ ଜବତ କରି କେସ୍ ନଂ ୬/୨୬ରେ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ବିନିକା ମେଡିକାଲକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ସନ୍ଧ୍ୟାରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଥାନା ଅଧିକାରୀ ବିନୋଦିନୀ ବରିହା ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri