ସୁବର୍ଣ୍ଣରେଖା, ଦେଓ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଗସ୍ତ କରି ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଏବଂ ଦେଓ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହା ପରେ ରାସଗୋବିନ୍ଦପୁରସ୍ଥିତ ଟିକପଦାଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନଜାତି ଭଉଣୀଭାଇମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି । ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି। ଜନଜାତି ପିଲାମାନେ ସେମାନଙ୍କ ଦକ୍ଷତା ବଳରେ ଦେଶ ବିଦେଶରେ ସୁନାମ କରିପାରୁଛନ୍ତି ବୋଲି ସେ କହିଥିଲେ। ଏହାସହିତ ଜିଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର କରିଥିବା ଜଣାପଡିଛି।

ତେବେ ଲୋକାର୍ପିତ ହୋଇଥିବା ଦୁଇଟି ପ୍ରକଳ୍ପ ମଧ୍ୟରୁ ସୁବର୍ଣ୍ଣରେଖା ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜ ଓ ବାଲେଶ୍ବର ଜିଲାର ୧୭,୧୨୧ ହେକ୍ଟର ଅତିରିକ୍ତ ଚାଷ ଜମି ପାଇଁ ଜଳସେଚନର ସୁବିଧା ମିଳିବ। ଏଥିରେ ଉଭୟ ଜିଲାର ୫୫ ହଜାର ଚାଷୀ ଉପକୃତ ହେବେ। ଏଥିପାଇଁ ୬୮୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଜଳସେଚନ ଦ୍ୱାରା ୫୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇପାରିଛି ।

ସେହିପରି ଦେଓ ଜଳସେଚନ ପ୍ରକଳ୍ପ ଦ୍ବାରା ମୟୁରଭଞ୍ଜର ପ୍ରାୟ ୧୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବା ସହିତ ଏହାଦ୍ବାରା ୧୦୦ଟି ଗାଁର ଦୁଇ ଲକ୍ଷ ଲୋକ ଉପକୃତ ହେବେ । ଏଥିପାଇଁ କରଞ୍ଜିଆ ବ୍ଲକ୍‌ ହାତୀବାରିଠାରେ ୮୨୩ କୋଟି ଟଙ୍କାରେ ଦେଓ ନଦୀ ଉପରେ ୧୨୮୦ ମିଟର ଦୈର୍ଘ୍ୟର ଏକ ବନ୍ଧ ନିର୍ମାଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri