ସୁବର୍ଣ୍ଣରେଖା ଉପରେ ନଜର ରଖାଯାଇଛି: ମନ୍ତ୍ରୀ

ଭୁବନେଶ୍ୱର,୨୩ା୮(ବ୍ୟୁରୋ):ଲଘୁଚାପ ପ୍ରଭାବରେ ସୁବର୍ଣ୍ଣରେଖାରେ ବନ୍ୟା ସୃଷ୍ଟି ହୋଇଛି ା ବାଲେଶ୍ୱର ଜିଲାର କେତେକ ଅଞ୍ଚଳ ବନ୍ୟାଘେରରେ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଜିରୋ କାଜୁଆଲିଟିକୁ ଗୁରୁତ୍ୱ ଦିଆଯାଉଛି। ସୁବର୍ଣ୍ଣରେଖାର ଜଳସ୍ତର ସ୍ଥିର ରହିଛି। ବନ୍ୟା ସ୍ଥିତି ପାଇଁ ବିଭାଗ ପ୍ରସ୍ତୁତ ଥିବା ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ସୋମବାର କହିଛନ୍ତି। ରାଜ୍ୟର ବନ୍ୟା ସ୍ଥିତିକୁ ନେଇ ଜଳସମ୍ପଦ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବସ୍ତା, ବାଲିଆପାଳ ସମେତ ତଳି ଅଞ୍ଚଳରେ ପାଣି ପଶିଛି। ସୁବର୍ଣ୍ଣରେଖା ସିଷ୍ଟମରେ କୌଣସି ଘାଇ ହୋଇନାହିଁ। ଅନ୍ୟ ନଦୀଗୁଡିକରେ ଜଳ କମିବା ଆରମ୍ଭ ହୋଇଛି ।
ପରିସ୍ଥିତି ଉପରେ ନଜର ରଖାଯାଇଛି ଏବଂ ସମସ୍ତେ ସଜାଗ ରହିଛନ୍ତି। ନାଇଟ୍‌ ପାଟ୍ରୋଲିଂ ମଧ୍ୟ କରାଯାଉଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ସୁବର୍ଣ୍ଣରେଖାର ଜାମ୍‌ଶୋଳା ଓ ରାଜଘାଟ ଘାଟଠାରେ ଜଳସ୍ତର ହ୍ରାସ ପାଉଛି ା
ଜଳପତ୍ତନ ୬୨୨.୪୫ ଫୁଟ୍‌ ରହିଛି ା ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ ଲକ୍ଷ ୯୧ ହଜାର ୮୭୪ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାରରୁ ୯୨ ହଜାର ୪୫୬ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି ା ଖଇରମାଳଠାରେ ୨ ଲକ୍ଷ ୭୭ ହଜାର ୫୦୦, ବଡ଼ମୂଳରେ ୩ ଲକ୍ଷ ୮୧ ହଜାର ୨୫୦ ଏବଂ ମୁଣ୍ଡଳିଠାରେ ୪ ଲକ୍ଷ ୯୮ହଜାର ୩୪୪ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି ା
ରାଜ୍ୟର ୧୩ ଜିଲାର ୭୮ ବ୍ଲକ୍‌, ୬୪୫ ଗ୍ରାମପଞ୍ଚାୟତ ବନ୍ୟା ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବାବେଳେ ଏଥିରେ ୨୪୮୯ ଗ୍ରାମ ପ୍ରଭାବିତ ହୋଇଛି ା ରାଜ୍ୟର ୯୦୨ ଗ୍ରାମ ଜଳଘେରରେ ରହିଥିବା ବେଳେ ୬ ଲକ୍ଷ ୪୦ ହଜାର ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ୯ ଲକ୍ଷ ୬୬ ହଜାର ଲୋକ ପ୍ରଭାବିତ ହୋଇଛନ୍ତି ା ଏହିସବୁ ଅଞ୍ଚଳରେ ୪୪୦ ରିଲିଫ୍‌ କେନ୍ଦ୍ରରେ ୧ ଲକ୍ଷ ୭୧ ହଜାର ଲୋକଙ୍କୁ ରନ୍ଧାଖାଦ୍ୟ ଦିଆଯାଉଛି ା ବନ୍ୟା ପ୍ରଭାବରେ ୫ ଲକ୍ଷ ୬୧ ହଜାର ୪୧୮ ବିଦ୍ୟୁତ୍‌ ଉପଭୋକ୍ତା କ୍ଷତିଗ୍ରସ୍ତ ହୋଇଥିବାବେଳେ ସେଥିମଧ୍ୟରୁ ୫ ଲକ୍ଷ ୨୧ ହଜାର ୫୬୦ ଉପଭୋକ୍ତାଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି ା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨୧୦ଟି ମେଡିକାଲ ରିଲିଫ୍‌ କେନ୍ଦ୍ର ଖୋଲାଯାଇଥିବା ବେଳେ ୧୨୫ଟି ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ଚିକିତ୍ସା ଟିମ୍‌ ମୁତୟନ ହୋଇଛି ା ଏହି ସମୟରେ ୨୩,୩୬୭ ସାଧାରଣ ରୋଗର ଚିକିତ୍ସା ହୋଇଥିବାବେଳେ ୩୨ ସାପକାମୁଡ଼ା ଘଟଣାର ଚିକିତ୍ସା କରାଯାଇଛି ା ଗୋସମ୍ପଦର ସୁରକ୍ଷା ପାଇଁ ବନ୍ୟାଞ୍ଚଳରେ ୧୯୩ ପ୍ରାଣୀ ଚିକିତ୍ସା ଡାକ୍ତରୀ ଟିମ୍‌ ନିୟୋଜିତ ହୋଇଛି ା ୪୦୭ କ୍ୟାମ୍ପ୍‌ ଆୟୋଜିତ ହୋଇଥିବାବେଳେ ଏଥିରେ ୧୮ ହଜାରରୁ ଊର୍ଦ୍ଧ୍ୱ ପ୍ରାଣୀଙ୍କ ଚିକିତ୍ସା କରାଯାଇଛି ା ୧୦ ଜିଲାକୁ ୯୧୩.୯୨ ମେଟ୍ରିକ୍‌ ଟନ୍‌ ଗୋଖାଦ୍ୟ ଯୋଗାଇ ଦିଆଯାଇଅଛି ା
ବନ୍ୟାଞ୍ଚଳରେ ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ବିଭାଗ ପକ୍ଷରୁ ୨ ଲକ୍ଷ ୯୩ ହଜାର ପାଣିବୋତଲ ଓ ୧୨ ଲକ୍ଷ ୨୯ ହଜାର ପାଣି ପାଉଚ୍‌ ବଣ୍ଟାଯାଇଛି ା ଏହାସହ ୨୦୩ ଭ୍ରାମ୍ୟମାଣ ପାଣି ଟ୍ୟାଙ୍କର ଯୋଗାଇ ଦିଆଯାଇଛି ା
ବନ୍ୟାଞ୍ଚଳର ୧୧ ଜିଲାରେ ୧୬ ଏନ୍‌ଡିଆର୍‌ଏଫ୍‌, ୧୭ ଓଡ୍ରାଫ୍‌, ୫୫ ଅତିରିକ୍ତ ଅଗ୍ନିଶମ ଟିମ୍‌ ମୁତୟନ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri