ସୁବର୍ଣ୍ଣରେଖା ଉପରେ ନଜର ରଖାଯାଇଛି: ମନ୍ତ୍ରୀ

ଭୁବନେଶ୍ୱର,୨୩ା୮(ବ୍ୟୁରୋ):ଲଘୁଚାପ ପ୍ରଭାବରେ ସୁବର୍ଣ୍ଣରେଖାରେ ବନ୍ୟା ସୃଷ୍ଟି ହୋଇଛି ା ବାଲେଶ୍ୱର ଜିଲାର କେତେକ ଅଞ୍ଚଳ ବନ୍ୟାଘେରରେ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଜିରୋ କାଜୁଆଲିଟିକୁ ଗୁରୁତ୍ୱ ଦିଆଯାଉଛି। ସୁବର୍ଣ୍ଣରେଖାର ଜଳସ୍ତର ସ୍ଥିର ରହିଛି। ବନ୍ୟା ସ୍ଥିତି ପାଇଁ ବିଭାଗ ପ୍ରସ୍ତୁତ ଥିବା ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ସୋମବାର କହିଛନ୍ତି। ରାଜ୍ୟର ବନ୍ୟା ସ୍ଥିତିକୁ ନେଇ ଜଳସମ୍ପଦ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବସ୍ତା, ବାଲିଆପାଳ ସମେତ ତଳି ଅଞ୍ଚଳରେ ପାଣି ପଶିଛି। ସୁବର୍ଣ୍ଣରେଖା ସିଷ୍ଟମରେ କୌଣସି ଘାଇ ହୋଇନାହିଁ। ଅନ୍ୟ ନଦୀଗୁଡିକରେ ଜଳ କମିବା ଆରମ୍ଭ ହୋଇଛି ।
ପରିସ୍ଥିତି ଉପରେ ନଜର ରଖାଯାଇଛି ଏବଂ ସମସ୍ତେ ସଜାଗ ରହିଛନ୍ତି। ନାଇଟ୍‌ ପାଟ୍ରୋଲିଂ ମଧ୍ୟ କରାଯାଉଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ସୁବର୍ଣ୍ଣରେଖାର ଜାମ୍‌ଶୋଳା ଓ ରାଜଘାଟ ଘାଟଠାରେ ଜଳସ୍ତର ହ୍ରାସ ପାଉଛି ା
ଜଳପତ୍ତନ ୬୨୨.୪୫ ଫୁଟ୍‌ ରହିଛି ା ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ ଲକ୍ଷ ୯୧ ହଜାର ୮୭୪ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାରରୁ ୯୨ ହଜାର ୪୫୬ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି ା ଖଇରମାଳଠାରେ ୨ ଲକ୍ଷ ୭୭ ହଜାର ୫୦୦, ବଡ଼ମୂଳରେ ୩ ଲକ୍ଷ ୮୧ ହଜାର ୨୫୦ ଏବଂ ମୁଣ୍ଡଳିଠାରେ ୪ ଲକ୍ଷ ୯୮ହଜାର ୩୪୪ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି ା
ରାଜ୍ୟର ୧୩ ଜିଲାର ୭୮ ବ୍ଲକ୍‌, ୬୪୫ ଗ୍ରାମପଞ୍ଚାୟତ ବନ୍ୟା ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବାବେଳେ ଏଥିରେ ୨୪୮୯ ଗ୍ରାମ ପ୍ରଭାବିତ ହୋଇଛି ା ରାଜ୍ୟର ୯୦୨ ଗ୍ରାମ ଜଳଘେରରେ ରହିଥିବା ବେଳେ ୬ ଲକ୍ଷ ୪୦ ହଜାର ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ୯ ଲକ୍ଷ ୬୬ ହଜାର ଲୋକ ପ୍ରଭାବିତ ହୋଇଛନ୍ତି ା ଏହିସବୁ ଅଞ୍ଚଳରେ ୪୪୦ ରିଲିଫ୍‌ କେନ୍ଦ୍ରରେ ୧ ଲକ୍ଷ ୭୧ ହଜାର ଲୋକଙ୍କୁ ରନ୍ଧାଖାଦ୍ୟ ଦିଆଯାଉଛି ା ବନ୍ୟା ପ୍ରଭାବରେ ୫ ଲକ୍ଷ ୬୧ ହଜାର ୪୧୮ ବିଦ୍ୟୁତ୍‌ ଉପଭୋକ୍ତା କ୍ଷତିଗ୍ରସ୍ତ ହୋଇଥିବାବେଳେ ସେଥିମଧ୍ୟରୁ ୫ ଲକ୍ଷ ୨୧ ହଜାର ୫୬୦ ଉପଭୋକ୍ତାଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି ା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨୧୦ଟି ମେଡିକାଲ ରିଲିଫ୍‌ କେନ୍ଦ୍ର ଖୋଲାଯାଇଥିବା ବେଳେ ୧୨୫ଟି ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ଚିକିତ୍ସା ଟିମ୍‌ ମୁତୟନ ହୋଇଛି ା ଏହି ସମୟରେ ୨୩,୩୬୭ ସାଧାରଣ ରୋଗର ଚିକିତ୍ସା ହୋଇଥିବାବେଳେ ୩୨ ସାପକାମୁଡ଼ା ଘଟଣାର ଚିକିତ୍ସା କରାଯାଇଛି ା ଗୋସମ୍ପଦର ସୁରକ୍ଷା ପାଇଁ ବନ୍ୟାଞ୍ଚଳରେ ୧୯୩ ପ୍ରାଣୀ ଚିକିତ୍ସା ଡାକ୍ତରୀ ଟିମ୍‌ ନିୟୋଜିତ ହୋଇଛି ା ୪୦୭ କ୍ୟାମ୍ପ୍‌ ଆୟୋଜିତ ହୋଇଥିବାବେଳେ ଏଥିରେ ୧୮ ହଜାରରୁ ଊର୍ଦ୍ଧ୍ୱ ପ୍ରାଣୀଙ୍କ ଚିକିତ୍ସା କରାଯାଇଛି ା ୧୦ ଜିଲାକୁ ୯୧୩.୯୨ ମେଟ୍ରିକ୍‌ ଟନ୍‌ ଗୋଖାଦ୍ୟ ଯୋଗାଇ ଦିଆଯାଇଅଛି ା
ବନ୍ୟାଞ୍ଚଳରେ ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ବିଭାଗ ପକ୍ଷରୁ ୨ ଲକ୍ଷ ୯୩ ହଜାର ପାଣିବୋତଲ ଓ ୧୨ ଲକ୍ଷ ୨୯ ହଜାର ପାଣି ପାଉଚ୍‌ ବଣ୍ଟାଯାଇଛି ା ଏହାସହ ୨୦୩ ଭ୍ରାମ୍ୟମାଣ ପାଣି ଟ୍ୟାଙ୍କର ଯୋଗାଇ ଦିଆଯାଇଛି ା
ବନ୍ୟାଞ୍ଚଳର ୧୧ ଜିଲାରେ ୧୬ ଏନ୍‌ଡିଆର୍‌ଏଫ୍‌, ୧୭ ଓଡ୍ରାଫ୍‌, ୫୫ ଅତିରିକ୍ତ ଅଗ୍ନିଶମ ଟିମ୍‌ ମୁତୟନ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?