ପୁଣି ସୁବାସଙ୍କ ଉପରେ ଭରସା କଲା କଂଗ୍ରେସ: ଦେଲା ଗୁରୁଦାୟିତ୍ୱ

କେସିଙ୍ଗା,୧୮।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ସୁବାସ ଜୈନଙ୍କୁ ଟାଉନ ସଭାପତି ଭାବେ କଂଗ୍ରେସର ପିସିସି ସଭାପତି ଭକ୍ତ ଚରଣ ଦାସ ନିଯୁକ୍ତି ଦେଇଛନ୍ତି। ଏ ନେଇ ସମଗ୍ର ଅଞ୍ଚଳରେ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ଜୈନ ବରିଷ୍ଠ କଂଗ୍ରେସ ସଭ୍ୟଭାବେ ଦୀର୍ଘବର୍ଷ ଧରି କଂଗ୍ରେସରେ କାମ କରି ଆସୁଛନ୍ତି। ଆଗାମୀ ୨୦୨୭ରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନରେରେ କଂଗ୍ରେସର ବହୁ ସଦସ୍ୟଙ୍କୁ ସରପଞ୍ଚ ଓ ଅଧ୍ୟକ୍ଷ ପଦବୀରେ ବିଜୟରେ ସହଯୋଗ କରିବା ପାଇଁ ଜୈନ କହିଛନ୍ତି। ଏହା ପୂର୍ବରୁ ମଧ୍ୟ ଜୈନ ଟାଉନ ସଭାପତି ଭାବେ କାମ କରୁଥିଲେ। ପୁନଃ ଟାଉନ ସଭାପତି ଭାବେ ସୁବାସ ଜୈନଙ୍କୁ ପିସିସି ସଭାପତି ନିଯୁକ୍ତି ଦେଇଥିବାରୁ କଂଗ୍ରେସ ମହଲରେ ଖୁସିର ଲହରି ଖେଳି ଯାଇଛି। ଜୈନ ଭବାନୀପାଟଣା ନିର୍ବାଚନମଣ୍ଡଳୀର ବିଧାୟକ ସାଗର ଚରଣ ଦାସ, କଳାହାଣ୍ଡି ଜିଲା କଂଗ୍ରେସ ସଭାପତି ଜଳନ୍ଧର ନାଏକଙ୍କ ସମେତ ଜିଲା କମିଟିର ସମସ୍ତ କର୍ମକର୍ତ୍ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।

ଏହି ଖବର କଂଗ୍ରେସ ବରିଷ୍ଠ ସଦସ୍ୟ ମାନେ ଶୁଣିଲା ପରେ ଏକ୍‌ଜ୍ୟୁକେଠିଭ୍‌ ସଦସ୍ୟ ରାମ କୁମାର ଜୈନ, କୈଳାସ ଚନ୍ଦ୍ର ଅଗ୍ରୱାଲ, କାଉନ୍ସିଲର ରୋହିତ ଜୈନ, ଧରଣୀ ନାଏକ, ପୂର୍ବତନ ନଗର ପାଳ ରାମଜୀ ମାତଖଣ୍ଡିଆ, ସାଧାରଣ ସମ୍ପାଦକ ବିଜୟଦୀପ ପ୍ରମୁଖ ଜୈନଙ୍କୁ ସ୍ବାଗତ କରିଛନ୍ତି। ଏ ସଂକ୍ରାନ୍ତରେ ଟାଉନ ସଭାପତି ସୁବାସ ଜୈନଙ୍କୁ ପଚାରିବାରୁ ମୁଁ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ କଂଗ୍ରେସ କର୍ମୀଙ୍କୁ ବହୁ ସଂଖ୍ୟାରେ ବିଜୟ କରାଇବି ବୋଲି ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri