ଏମ୍‌ପି ପଦରୁ ଇସ୍ତଫା ଦେଲେ ସୁବାସ ସିଂ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି ସୁବାସ ସିଂ । କଟକ ମେୟର ହେବା ପରେ ସେ ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ଗୁରୁବାର ସେ ଏକ ଖବରଦାତା ସମ୍ମିଳନୀ କରି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି।

କଟକ ମହାନଗର ନିଗମ ନିର୍ବାଚନରେ ମାର୍ଚ୍ଚ ୨୬ରେ ନିର୍ବାଚିତ ହୋଇଥିଲି। ଏପ୍ରିଲ ୭ରେ ମେୟର ଭାବେ ଶପଥ ନେଇଥିଲି। ଏହାପରେ ଆଜି ଏମ୍‌ପି ପଦରୁ ଇସ୍ତଫା ଦେଉଛି। ଏବେ କେବଳ ଗୋଟିଏ ପଦବୀରେ ରହି କାର୍ଯ୍ୟ କରିବି। ରାଜ୍ୟ ସଭା ଏମ୍‌ପି ପଦବିରେ ରହି ଗତ ଦୁଇବର୍ଷ ମଧ୍ୟରେ ଓଡିଶାର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ରାଜ୍ୟସଭାରେ ଉପସ୍ଥାପନ କରିବାକୁ ଉଦ୍ୟମ କରିଛି ବୋଲି ସୁବାସ କହିଛନ୍ତି।

ତେବେ ସୁବାସ ସିଂହ ୨ ବର୍ଷରୁ ଅଧିକ ସମୟ ହେବ ରାଜ୍ୟସଭା ସଭ୍ୟ ଭାବେ କାର୍ଯ୍ୟ କରିଛନ୍ତି। ନିକଟରେ ଶେଷ ହୋଇଥିବା ମହାନଗର ନିଗମ ନିର୍ବାଚନରେ ମେୟର ଭାବେ ନିର୍ବାଚିତ ହେବା ପରେ ରାଜ୍ୟ ସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କୁ ଏ ସଂପର୍କରେ ଲିଖିତ ଭାବେ ଅବଗତ କରାଇଥିଲେ। ଏଥିସହ ଆଇନଗତ ଦିଗ କ’ଣ ରହିଛି ବୋଲି ସଂସଦର ପରାମର୍ଶ ଲୋଡ଼ିଥିଲେ। ପାର୍ଲାମେଣ୍ଟ ପକ୍ଷରୁ ଏ ସଂପର୍କରେ ତାଙ୍କୁ ଲିଖିତ ଭାବେ ଜଣାଇ ଦିଆଯିବା ପରେ ବିଧିବଦ୍ଧ ଭାବେ ସେ ରାଜ୍ୟସଭା ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri