କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି। ଗୋଟିଏ ଭୋଟ୍‌ ସଂତୃପ୍ତ ଓ ଆଉ ଗୋଟିଏ ଭୋଟ ଦିଲ୍ଲୀପଙ୍କୁ ଦେଇଛି। ଦିଲ୍ଲୀପ ରାୟଙ୍କୁ ବିବେକାନୁମୋଦିତ ଭୋଟ୍‌ ଦେଇଥିବା ସୁବାସିନୀ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ମୋ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ସହିତ ମୋର ଲଢ଼େଇ। ତେଣୁ ମୁଁ କଂଗ୍ରେସ ସମର୍ଥିତ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇ ନାହିଁ। ପ୍ରଥମ ପସନ୍ଦ ଓ ଦ୍ବିତୀୟ ପସନ୍ଦ ଭୋଟ୍‌ ନେଇ ପ୍ରଶ୍ନକୁ ଏଡ଼ାଇ ଯାଇଥିଲେ ସୁବାସିନୀ।

ବସ୍ତା ବିଧାୟିକା ସୁବାସିନୀଙ୍କ ବାସଭବନ ଆଜି ଘେରାଉ କରିଥିଲେ ବିଜେଡି ମହିଳା ନେତ୍ରୀ। ବିଜେଡି ଅଭିଯୋଗ କରିଛି ଯେ, ସୁବାସିନୀଙ୍କ ସ୍ଵାମୀ ରବୀନ୍ଦ୍ର ଜେନାଙ୍କୁ ବିଜେଡି ପରିଚୟ ଦେଇଛି। ହେଲେ ସେ ନିଜ ସ୍ଵାର୍ଥ ପାଇଁ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହଧର୍ମିଣୀ ସୁବାସିନୀ କ୍ରସ ଭୋଟିଂ କରି ବିଶ୍ଵାସଘାତକତା କରିଥିବା ମହିଳା ବିଜେଡି ଅଭିଯୋଗ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri