ଗନ୍ଧରାଢୀ ଲୋକକଳା ମହୋତ୍ସବ ପାଇଁ ଶୁଭଖମ୍ବ ସ୍ଥାପନ

ବାଉଁଶୁଣୀ, ୩।୨(ଡି.ଏନ.ଏ.): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଜଗତି ହାଇସ୍କୁଲ ଖେଳ ପଡିଆଠାରେ ଆସନ୍ତା ଫେବୃଆରୀ ୨୨ ରୁ ୨୬ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଦ୍ୱିତୀୟ ଗନ୍ଧରାଢୀ ଲୋକକଳା ମହୋତ୍ସବ ନିମନ୍ତେ ଶୁଭଖମ୍ବ ସ୍ଥାପନ ଶୁକ୍ରବାର କରାଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭା ଉପ ବାଚସ୍ପତି ରଜନୀକାନ୍ତ ସିଂ, ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ବୌଦ୍ଧ ବିଡ଼ିଓ ଅବିନାଶ ପାଣ୍ଡିଆ, ବୌଦ୍ଧ ଏନ୍‌ଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ୬ ନଂ. ଜିଲା ପରିଷଦ ସଭ୍ୟା କଳ୍ପନା ରାଣୀ ସାହୁ, ଜିଲା ସାମ୍ବାଦିକ ସଂଘର ସଭାପତି ଶଶାଙ୍କ ଶେଖର ମିଶ୍ର, ବୌଦ୍ଧ ବ୍ଲକ ସରପଞ୍ଚ ସଂଘର ସଭାପତି ଅରୁଣ କୁମାର ବାଘ, କଣ୍ଟାମାଳ ବ୍ଲକ ସରପଞ୍ଚ ସଂଘ ସଭାପତି ସାର୍ଦୁଲ ନାଗ, ହରଭଙ୍ଗା ବ୍ଲକ ସରପଞ୍ଚ ସଂଘ ସଭାପତି ନିହାର ରଞ୍ଜନ ଘୋଷ, ଲକ୍ଷ୍ମୀ ପ୍ରସାଦ ପଞ୍ଚାୟତ ସରପଞ୍ଚ ଭାରତୀ ପୁରୋହିତ, ତେଲିବନ୍ଧ ସରପଞ୍ଚ ରତ୍ନାକର ବେହେରା, ଭୈରବୀ ମହୋତ୍ସବ କମିଟି ସମ୍ପାଦକ ତଥା ପୁରୁଣାକଟକ ସରପଞ୍ଚ ଅଶୋକ କୁମାର ସେଠୀ, ମୁଣ୍ଡିପଦର ପୂର୍ବତନ ସରପଞ୍ଚ ମହେନ୍ଦ୍ର ପ୍ରଧାନ, ପଦ୍ମନପୁର ସରପଞ୍ଚ ସୌଦାମିନି ବାରିକ, ଜଗତୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ଦେବେନ୍ଦ୍ର ଦେହୁରୀ, ସହସମ୍ପାଦକ ସ୍ବାଧୀନ କୁମାର ପ୍ରଧାନ ପ୍ରମୁଖ ଯୋଗଦେଇ ଗନ୍ଧରାଢୀର ବିକାଶ ପାଇଁ ମହୋତ୍ସବ ଜରୁରୀ ବୋଲି ବକ୍ତବ୍ୟ ଦେଇଥିଲେ। ଏହା ସହିତ ଏହାର ଇତିହାସ ସମସ୍ତେ ଜାଣିଲେ ଏହାର ବିକାଶ ସମ୍ଭବ ବୋଲି କହିଥିଲେ। ମହୋତ୍ସବ କମିଟିର ସଭାପତି ଅଶୋକ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଉପସଭାପତି ମନୋରଞ୍ଜନ ପୁରୋହିତ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ସମ୍ପାଦକ ଶମ୍ଭୁ ଗିରି ମଞ୍ଚ ପରିଚାଳନା ଓ ବାର୍ଷିକ ବିବରଣୀ ପାଠ କରିଥିଲେ। ମୁଣ୍ଡାପଡା ପଞ୍ଚାୟତର ପୂର୍ବତନ ସରପଞ୍ଚ ବିଦ୍ୟାଧର ସ୍ବାଇଁ ଧନ୍ୟବାଦ ଦେଇଥିଲେ। ବିଗତ ମହୋତ୍ସବରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ପଣ୍ଡିତ ସୁଶୀଳ କୁମାର ପାଣିଗ୍ରାହୀ, ସାମ୍ବାଦିକ ସୁଧାଂଶୁ ଶେଖର ମିଶ୍ର, ଭୋଳାଗିରି ସାହୁ, ନିରଞ୍ଜନ ଗିରି, ଅକ୍ଷୟ କୁମାର ସ୍ବାଇଁ, ପ୍ରଭାତ କୁମାର ଶତପଥୀ, ସ୍ବାଧୀନ କୁମାର ପ୍ରଧାନ, ନବୀନ କୁମାର ପ୍ରଧାନ, ସ୍ବାଧୀନ ପରିଡ଼ା, ବ୍ରହ୍ମା କୁମ୍ଭାରଙ୍କୁ ଅତିଥିମାନେ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକାରୀ ସଦସ୍ୟ ସ୍ବପ୍ନେଶ୍ୱର ମହାନ୍ତି, ଅକ୍ଷୟ କୁମାର ସାଇଁ, କୃତ୍ତିବାସ ପଲିଆ ପ୍ରମୁଖ ମଞ୍ଚାସିନ ଥିଲେ। କାର୍ଯ୍ୟକ୍ରମରେ ମହୋତ୍ସବ କମିଟିର ସମସ୍ତ ସଭ୍ୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri