ଆଜି ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ୨ୟ ପର୍ଯ୍ୟାୟ: ଏହି ନମ୍ବରକୁ କଲ୍‌ କରି ପାଆନ୍ତୁ ଅପ୍‌ଡେଟ୍‌

ଭୁବନେଶ୍ୱର, ୯ା୧୦(ସୁନିତ୍‌ ମିଶ୍ର):‘ସୁଭଦ୍ରା’ ଯୋଜନାରେ ହିତାଧିକାରୀଙ୍କ ଆକାଉଣ୍ଟକୁ ବୁଧବାର ମଧ୍ୟାହ୍ନ ୧୨ଟା ପୂର୍ବରୁ ଟଙ୍କା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ପ୍ରଭାତୀ କହିଛନ୍ତି, ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇବେ। ଏନ୍‌ସିପିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ। ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି ପ୍ରଭାତୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ବାରିପଦାର ଛଉ ପଡ଼ିଆଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଅର୍ଥରାଶି ବଣ୍ଟନ କରିବେ। ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଖବର ପାଇଁ ପ୍ରସ୍ତୁତ ଅଫିସିଆଲ ୱେବ୍‌ସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ କିମ୍ବା ଟୋଲ ଫ୍ରି ନମ୍ବର(୧୪୬୭୮)କୁ କଲ୍‌ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?