ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁଲାଇ ୨୫ ମଧ୍ୟରେ ଫିଲ୍ଡ ଇନ୍‌କ୍ୱାରୀ ବା କ୍ଷେତ୍ରସ୍ତରୀୟ ଯାଞ୍ଚ ଶେଷ କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ରାକ୍ଷୀ ପୂର୍ଣ୍ଣିମାରେ ପ୍ରାୟ କୋଟିଏରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ସୁଭଦ୍ରା କିସ୍ତି ପ୍ରଦାନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ପାଇଁ ଡିବିଟି ସକ୍ରିୟକରଣ, ଇ-କେୱାଇସି, ଫିଲ୍ଡ ଇନ୍‌କ୍ୱାରୀ, ଏନ୍‌ପିସିଆଇ ମ୍ୟାପିଂ, ପେମେଣ୍ଟ ଫାଇଲର ପ୍ରସ୍ତୁତି ଓ ବ୍ୟାଙ୍କ ସମନ୍ବୟ ଆଦି କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୩ ଲକ୍ଷ ୧୭ ହଜାର ୯୬୬ ଜଣ ନୂତନ ହିତାଧିକାରୀ ସୁଭଦ୍ରା କିସ୍ତି ପାଇଁ ଆବେଦନ କରିଛନ୍ତି। ସେହିପରି ୮୨ ହଜାର ୩୬ ଡିବିଟି ସକ୍ରିୟ କରଣ, ୨୮ ହଜାର ୬୨୧ ବାୟୋମେଟ୍ରିକ ଇକେୱାଇସି ଓ ୩ ଲକ୍ଷ ୫୩ ହଜାର ୫୯ଟି ଫିଲ୍ଡ ଇନକ୍ୱାରୀ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଯେଉଁ ୨୮ ହଜାର ୬୨୧ଜଣ ଆବେଦନକାରୀଙ୍କ ସୁଭଦ୍ରା ପୋର୍ଟାଲରେ ଇ-କେୱାଇସି ଦେଖାଉନାହିଁ ସେମାନେ ଜୁଲାଇ ୨୫ ସୁଦ୍ଧା ଜନ ସେବା କେନ୍ଦ୍ରକୁ ଯାଇ ବାୟୋମେଟ୍ରିକ ଦେଇ ପୁଣିଥରେ ଇ-କେୱାଇସି କରିବାକୁ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଯେଉଁମାନେ ପ୍ରଥମରୁ କୌଣସି କିସ୍ତି ପାଇ ନ ଥିବେ, ତେବେ ସେମାନେ ଏକକାଳୀନ ୫ଟି କିସ୍ତିର ପଇସା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?