ମହିଳାଙ୍କ ପାଇଁ ଖୁସି ଖବର: ମାର୍ଚ୍ଚ ୮ ପୂର୍ବରୁ ସମସ୍ତଙ୍କୁ ସୁଭଦ୍ରା ପ୍ରଥମ କିସ୍ତି, ଜାଣନ୍ତୁ ପୂରା ଖବର…

ଭୁବନେଶ୍ୱର,୨୮ା୯ (ବନ୍ଦନା ସେଠୀ): ଅଦ୍ୟାବଧି ଛପାଯାଇଥିବା ୧ କୋଟି ୮୯ ଲକ୍ଷ ୩୪ ହଜାର ୧୭୬ ‘ସୁଭଦ୍ରା’ ଆବେଦନ ଫର୍ମ ମଧ୍ୟରୁ ୧ କୋଟି ୫୭ ଲକ୍ଷ ୧ ହଜାର ୫୫ ଫର୍ମ ବଣ୍ଟନ କରାଯାଇଛି। ସେପ୍ଟେମ୍ବର ୨୭ ପର୍ଯ୍ୟନ୍ତ ୯୫ ଲକ୍ଷରୁ ଅଧିକ ଆବେଦନ ପଞ୍ଜୀକୃତ ହୋଇସାରିଛି। ସେହିପରି ୨୫ ଲକ୍ଷ ୨୯ ହଜାର ୭୨୦ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥରାଶି ପ୍ରଦାନ କରାଯାଇଛି। ଏଥିମଧ୍ୟରୁ ୨୫ ଲକ୍ଷ ୧୭ ହଜାର ୫୪୫ ଜଣଙ୍କ ବ୍ୟାଙ୍କ୍‌ ଆକାଉଣ୍ଟକୁ ସିଧାସଳଖ ଏବଂ ୧୨ ହଜାର ୧୭୫ ଜଣଙ୍କୁ ସିବିଡିସି ଜରିଆରେ ଅର୍ଥରାଶି ପଠାଯାଇଛି ବୋଲି ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ସୂଚନା ଦେଇଛନ୍ତି। ଶୁକ୍ରବାର ଲୋକସେବା ଭବନ କନ୍‌ଭେନସନ୍‌ ସେଣ୍ଟରରେ ଆୟୋଜିତ ୨ଦିନିଆ ଜିଲାପାଳ ସମ୍ମିଳନୀର ଉଦ୍‌ଘାଟନୀ ଅଧିବେଶନ ପରେ ଦ୍ୱିତୀୟ ଅଧିବେଶନରେ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସମ୍ବନ୍ଧରେ ଆଲୋଚନା ହୋଇଥିଲା। ବିଭିନ୍ନ ସୂଚନା, ଶିକ୍ଷା ଓ ଯୋଗାଯୋଗ ପଦ୍ଧତିରେ ଓଡ଼ିଶାର ଗାଁ ଗାଁରେ ସୁଭଦ୍ରା ଯୋଜନା ସମ୍ବନ୍ଧରେ ସଚେତନତା ସୃଷ୍ଟି କରାଯାଇଛି। ସୋସିଆଲ ପ୍ରୋଟେକ୍ସନ ଡେଲିଭରି ପ୍ଲାଟ୍‌ଫର୍ମ(ଏସ୍‌ପିଡିପି) ମାଧ୍ୟମରେ ଜାତୀୟ ଖାଦ୍ୟସୁରକ୍ଷା ଯୋଜନା (ଏନ୍‌ଏଫ୍‌ଏସ୍‌ଏସ୍‌) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏସ୍‌)ର ହିତାଧିକାରୀଙ୍କୁ ଯାଞ୍ଚ କରାଯାଉଛି। ସମସ୍ତ ଅନୁମୋଦନ ଓ ଖାରଜ ଫର୍ମର ତାଲିକା ସହ କାରଣ ସମ୍ପର୍କରେ ସୁଭଦ୍ରା ୱେବ୍‌ ପୋର୍ଟାଲ ଓ ଏସ୍‌ଏମ୍‌ଏସ୍‌ ଦ୍ୱାରା ଅବଗତ କରାଯିବ। ଏଥିସହ ବ୍ୟାଙ୍କ ଆକାଉଣ୍ଟରୁ ପଇସା ନ ଉଠାଇଲେ ପଇସା ଆପେ ଫେରସ୍ତ ହେଇଯିବ ବୋଲି ଯେଉଁ ଗୁଜବ ସୃଷ୍ଟି ହୋଇଛି ତାହା ସମ୍ପୂର୍ଣ୍ଣ ମିଥ୍ୟା। ହିତାଧିକାରୀଙ୍କ ଅର୍ଥରାଶି ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ସୁରକ୍ଷିତ ରହିବ ବୋଲି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସେହିପରି ୨୦୨୫ ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ମିଳିବ ବୋଲି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା କୁହାଯାଇଛି।
ପ୍ରଭାତୀ ପରିଡ଼ା ଉପସ୍ଥିତ ରହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ବିଭାଗର ସମସ୍ତ ଅଧିକାରୀ ଓ ସବୁ ଜିଲାପାଳଙ୍କୁ ଧନ୍ୟବାଦ ଜଣାଇଥିଲେ। ଏଥିସହ ଜନଜାତିବହୁଳ ଅଞ୍ଚଳଗୁଡ଼ିକରେ ସୁଭଦ୍ରା କାର୍ଯ୍ୟକ୍ରମକୁ ପହଞ୍ଚାଇବା ପାଇଁ ବ୍ୟାପକ ଜନ ସଚେତନତାକୁ ପ୍ରାଥମିକତା ଦେବାକୁ ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ। ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନାରେ ଓଡିଶାର ୧କୋଟି ମହିଳାଙ୍କ ପଞ୍ଜୀକରଣ ହୋଇଯିବ ବୋଲି ସେ ଆଶା ପ୍ରକଟ କରିଥିଲେ। ଏକ ସରକାରୀ ଯୋଜନାରେ ୧ କୋଟି ହିତାଧିକାରୀଙ୍କୁ ଯୋଡିବା ଆମ ପାଇଁ ଏକ ବଡ଼ ଉପଲବ୍ଧି ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗଦେଇ ପ୍ରଯୁକ୍ତି ବିଦ୍ୟାର ସଫଳ ଉପଯୋଗରେ ଏହି ଯୋଜନାର ସଫଳ କାର୍ଯ୍ୟାନ୍ବୟନ କରାଯାଇଥିବାରୁ ସମ୍ପୃକ୍ତ ଅଧିକାରୀଙ୍କୁ ପ୍ରଶଂସା କରିଥିଲେ। ଏଥିସହ ଜିଲାସ୍ତରରେ ସର୍ବାଧିକ ସୁଭଦ୍ରା ଫର୍ମ ପଞ୍ଜୀକୃତ କରିଥିବା ‘ମୋ ସେବାକେନ୍ଦ୍ର’ ଓ ‘ଜନ ସେବାକେନ୍ଦ୍ର’କୁ ପୁରସ୍କୃତ କରିବା ପାଇଁ ଜିଲାପାଳମାନଙ୍କୁ ପ୍ରସ୍ତାବ ଦେଇଥିଲେ। ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, କଟକ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ, କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନ୍‌ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri