ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ମହିଳା। ତାଲିକାରେ ଯୋଡ଼ିହେବେ ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ।
୧ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ ଜଣ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୫ ହଜାର କୋଟିରୁ ଊଦ୍ଧର୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ। ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ମଧ୍ୟ ଏଥର ସୁଭଦ୍ରା ଟଙ୍କା ପାଇବେ। ପୁରୀର ତାଳବଣିଆ ଠାରେ ଏକ ବିଶାଳ କାର୍ଯ୍ୟକ୍ରମ ଆୟୋଜନ ହେବ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସମସ୍ତ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୨ ଲକ୍ଷ ୧୩ ହଜାର ୧୯୮ ଜଣ ନୂଆ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ। ସୁଭଦ୍ରା ହିତାଧିକାରୀଙ୍କ ତାଲିକା ବଦଳିବା ଏକ ନିରନ୍ତର ପ୍ରକ୍ରିୟା। ଯେଉଁମାନଙ୍କୁ ୨୧ ବର୍ଷ ହେବ ସେମାନେ ଉକ୍ତ ଯୋଜନାରେ ସାମିଲ ହେବେ। ୬୦ ଟପିଲେ ପେନ୍ସନ ଲିଷ୍ଟକୁ ଯିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

