Subhadra Yojana: ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏମିତି କରନ୍ତୁ ଚେକ୍‌…

ଛତ୍ରପୁର,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଅର୍ଥାତ୍‌ ଶନିବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ଏହା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଅଟେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ଶୁଭାରମ୍ଭ କରି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଛନ୍ତି। ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିଛି।

କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ, ପ୍ରାଣୀ ସମ୍ପଦ ଉନ୍ନୟନ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁର ଏମ୍ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଆସିକା ଏମ୍ପି ଅନୀତା ଶୁଭଦର୍ଶିନୀ ଉପସ୍ଥିତ ଅଛନ୍ତି।

ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ଆସିଥିଲେ ବି ମୋବାଇଲକୁ କୌଣସି ମେସେଜ ଆସି ନ ଥିଲା। ଏ ନେଇ ଅନେକ ହିତାଧିକାରୀ ବ୍ୟସ୍ତ ହୋଇପଡିଥିଲେ । ଅଧିକାଂଶଙ୍କ ପାଖରେ ଫୋନରେ ୟୁପିଆଇ ବ୍ୟବସ୍ଥା ନ ଥିବା ହେତୁ ଟଙ୍କା ଆସିଛି କି ନାହିଁ ସେମାନେ ସ୍ପଷ୍ଟ ହୋଇପାରୁନଥିଲେ । କେଉଁଠି କେଉଁଠି ବ୍ୟାଙ୍କ କିମ୍ବା ଏଟିଏମ ଯାଇ ତୁରନ୍ତ ଚେକିଂ କରିବାର ବ୍ୟବସ୍ଥା ମଧ୍ୟ ଉପଲବ୍ଧ ନାହିଁ । ଏପରି କ୍ଷେତ୍ରରେ କେମିତି ଜାଣିବେ ଟଙ୍କା ଆପଣଙ୍କ ଖାତାକୁ ଆସିଛି କି ନାହିଁ ଜାଣନ୍ତୁ ..

ଟଙ୍କା ଆସିଛି କି ନାହଁ ଜାଣିବା ପାଇଁ ସରକାରୀ ୱେବସାଇଟ ସୁଭଦ୍ରା ପୋର୍ଟାଲକୁ ଯାଆନ୍ତୁ। ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ଣ୍ଣରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ।

ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ଣ୍ଣରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ ।

ଏକ ପୃଷ୍ଠା ଖୋଲିବ ଯେଉଁଥିରେ ହିତାଧିକାରୀଙ୍କ ବିବରଣୀ ଦେଖାଯିବ । ତଳେ ଏକ ବକ୍ସ, ଇ କେୱାଇସି ଷ୍ଟାଟସ, ଇ କେୱାଇସି ପ୍ରକାର, ସ୍ବୀକୃତି ସ୍ଥିତି, ପେମେଣ୍ଟ ସ୍ଥିତି ଦେଖାଯିବ ।

ସର୍ଭେ ପରେ ଅବଶିଷ୍ଟ ହିତାଧିକାରୀଙ୍କୁ ଆସନ୍ତା ରାଖୀ ପୂର୍ଣ୍ଣିମାରେ ଏକ ସଙ୍ଗେ ୩ଟି କିସ୍ତି ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି, ସୁଭଦ୍ରା ଯୋଜନାରୁ ଯେପରି କୌଣସି ଯୋଗ୍ୟ ହିତାଧିକାରୀ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଘର ଘର ବୁଲି ହିତାଧିକାରୀଙ୍କୁ ଚିହ୍ନଟ କରାଯିବ। ମାର୍ଚ୍ଚ ୩୧ ତାରିଖରେ ଆବେଦନ ପ୍ରକ୍ରିୟାକୁ ବନ୍ଦ ରଖି ସର୍ଭେ କରିବା ପାଇଁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଅଧିକାରୀମାନେ ଦ୍ୱାରକୁ ଦ୍ୱାର ଯାଇ ୱାନ ଟୁ ୱାନ ସର୍ଭେ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri