ମହିଳାଙ୍କୁ ଦଶହରା ଭେଟି, ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏମିତି କରନ୍ତୁ ଚେକ୍‌….

ଭୁବନେଶ୍ୱର,୯।୧୦: ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ଏନେଇ ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ। ତେବେ ଏସବୁ ଭିତରେ ସବୁଠୁ ବଡ଼ କଥା ହେଉଛି ଟଙ୍କା ଆସିଲା କି ନାହିଁ ଜଣେ ହିତାଧିକାରୀ କେମିତି ଚେକ କରିବେ ଆସନ୍ତୁ ଜାଣିବା…

ଯଦି ଆପଣ ସୁଭଦ୍ରାରେ ଅକ୍ଟୋବର ୭ ଭିତରେ ଆପ୍ଲାଏ କରିଛନ୍ତି ସେମାନଙ୍କ ଆକାଉଣ୍ଟକୁ ଆଜି ଟଙ୍କା ଆସିବ। ଯଦି ଟଙ୍କା ଆସିନାହିଁ ତେବେ ସୁଭଦ୍ରା ଯୋଜନା ଫର୍ମରେ ଥିବା ଆପ୍ଲିକେସନ ନମ୍ବର ରସିଦ ନେଇ ଜନ ସେବା କେନ୍ଦ୍ରରେ ନିଜର ଷ୍ଟାଟସ ଦେଖନ୍ତୁ । ଯାହା ଫଳରେ ଆପଣଙ୍କ ଆବେଦନ ପେଣ୍ଡିଙ୍ଗ ଅଛି କି ରିଜେକ୍ଟ ହୋଇଛି ଜଣା ପଡିବ। ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। ଯଦି ପ୍ରଥମ କିସ୍ତି ଯାଇ ନ ଥିବ ତେବେ ମାର୍ଚ୍ଚ ୮ରେ ସମସ୍ତଙ୍କୁ ଏକକାଳୀନ ୨ଟି କିସ୍ତି ଟଙ୍କା ମିଳିବ।

ସୁଭଦ୍ରାର ଫର୍ମ ପୂରଣବେଳେ ତାର ପଞ୍ଜିକରଣ ଫର୍ମ ସହ ଆପଣଙ୍କୁ କିଛି ଜରୁରୀ ଡକ୍ୟୁମେଣ୍ଟ ଦେବାକୁ ପଡିବ। ଯଦି ଆପଣ ଏହି ଦରକାରୀ ଡକ୍ୟୁମେଣ୍ଟ ଦାଖଲ କରି ନ ଥିବେ ଓ ଫର୍ମରେ ଠିକ ସୂଚନା ଦେଇ ନଥିବେ ତେବେ ଆପଣଙ୍କ ଆବେଦନ କଟି ଯାଇପାରେ। ଏହାପରେ ବି ଆପଣ ପୁନଃ ଆବେଦନ କଲେ ଆପଣଙ୍କୁ ଟଙ୍କା ମିଳିବ ନାହିଁ। ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା’ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ। ଏଥିସହ ସୁଭଦ୍ରା ଫର୍ମ ଦାଖଲବେଳେ ଆପଣଙ୍କୁ ଆଧାରର ଜେରକ୍ସ ସହ ରାସନ କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଖାତାର ଜେରକ୍ସ ଦାଖଲ କରିବା ଜରୁରୀ। ଏଥିସହ ବାୟୋମେଟ୍ରିକ ବି ସଠିକ ଭାବେ ଦେଇଥିବା ଦରକାର।

ସୂଚନାଥାଉ କି, ହିତାଧିକାରୀଙ୍କ ଆକାଉଣ୍ଟକୁ ବୁଧବାର ମଧ୍ୟାହ୍ନ ୧୨ଟା ପୂର୍ବରୁ ଟଙ୍କା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଥିଲେ। ଗଣମାଧ୍ୟମକୁ ସୂଚନା ଦେଇ ପ୍ରଭାତୀ କହିଛନ୍ତି, ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇବେ। ଏନ୍ସିପିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ। ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି ପ୍ରଭାତୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଖବର ପାଇଁ ପ୍ରସ୍ତୁତ ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ କିମ୍ବା ଟୋଲ ଫ୍ରି ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri