ଆଜି ସୁଭଦ୍ରା ଟଙ୍କା ନ ଆସିଲେ, ପୁଣି କେବେ ମିଳିବ… ଆସିଲା ବଡ଼ ଅପଡେଟ୍‌

ଭୁବନେଶ୍ୱର,୯।୧୦: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା ଆସିଛି । ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ସୁଭଦ୍ରା ଟଙ୍କା ବଣ୍ଟନ କରିଛନ୍ତି। ତେବେ ଆଜି ସନ୍ଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଆଜି ଦ୍ବିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ହିତାଧିକାରୀଙ୍କୁ ଟଙ୍କା ଦିଆଗଲା। ସନ୍ଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା। ହେଲେ ଏବେ ସବୁଠୁ ବଡ଼ ପ୍ରଶ୍ନ ହେଉଛି ଯଦି ଯେଉଁ ହିତାଧିକାରୀଙ୍କୁ ଆଜି ଟଙ୍କା ମିଳିନାହିଁ, ତା’ହେଲେ ସେମାନଙ୍କୁ କେବେ ମିଳିବ।

ସୂଚନାନୁସାରେ, ଆଜି ଟଙ୍କା ପାଇନଥିବା ମହିଳାମାନେ ମାର୍ଚ୍ଚ ୮ରେ ସୁଭଦ୍ରାର ପ୍ରଥମ କିସ୍ତି ଓ ଦ୍ୱିତୀୟ କିସ୍ତି ମିଶିକି ପାଇବେ। ଯେଉଁମାନେ ଡିସେମ୍ବର ପର୍ଯ୍ୟନ୍ତ ଆବେଦନ କରିଥିବେ ସେମାନେ ପ୍ରଥମ କିସ୍ତିର ଲାଭ ପାଇବେ । ଯେଉଁ ମହିଳାମାନଙ୍କ ଖାତାକୁ ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ଆସିଛି, ସେମାନେ ଦ୍ୱିତୀୟ କିସ୍ତି ଭାବରେ ମାର୍ଚ୍ଚରେ ୮ ରେଟଙ୍କା ପାଇବେ।

ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଆକାଉଣ୍ଟକୁ ୫ ହଜାର ଟଙ୍କା ଆସିଥିବା ନେଇ ହିତାଧିକାରୀ ପାଖକୁ ମେସେଜ ଆସିଛି। ଆଉ ସନ୍ଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ପାର୍ବଣରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଆସି ଥିବାରୁ ହିତାଧିକାରୀଙ୍କ ଘରେ ବେଶ ଉତ୍ସାହ ଦେଖିବାକୁ ମିଳିଛି।

ଗତ ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri