ଆସନ୍ତା ମହିଳା ପର୍ବରେ ମିଳିବ ସୁଭଦ୍ରା ଟଙ୍କା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ସୂଚନା ଦେଇଛନ୍ତି। ଆଗକୁ ଆସୁଥିବା ମହିଳାଙ୍କ ପର୍ବରେ ଆଉ ଏକ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ଆଗକୁ ମହିଳାଙ୍କ ଉତ୍ସବ ଆସୁଛି, ଏଥିରେ ସୁଭଦ୍ରା ଟଙ୍କା ଦିଆଯିବ। ପର୍ଯ୍ୟାୟ କ୍ରମେ ୧ କୋଟି ମହିଳାଙ୍କୁ ସରକାର ସୁଭଦ୍ରା ଟଙ୍କା ଦେବେ। ଏଥିସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆସନ୍ତା ୨୦୨୫ ମାର୍ଚ୍ଚ ୮ ତାରିଖ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଦିଆଯିବ। କିନ୍ତୁ ଦ୍ବିତୀୟ କିସ୍ତି ଏକକାଳୀନ ମହିଳା ଦିବସରେ ପ୍ରଦାନ କରାଯିବ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି, କିଛି ଦିନ ଭିତରେ ସୁଭଦ୍ରା ଯୋଜନାରେ ଆଉ ୨୫ ଲକ୍ଷ ମହିଳାଙ୍କୁ ସହାୟତା ରାଶି ମିଳିବ । ପର୍ଯ୍ୟାୟକ୍ରମେ ମୋଟ୍‌ ୧ କୋଟି ମହିଳାଙ୍କୁ ସୁଭଦ୍ରା ସହାୟତା ଦିଆଯିବ । ସୁଭଦ୍ରା ଯୋଜନାରେ ଏ ପର୍ଯ୍ୟନ୍ତ ୯୨ ଲକ୍ଷ ଆବେଦନ କରିସାରିଲେଣି। ଆଉ ସପ୍ତାହେ ଭିତରେ ଏହା ୧ କୋଟିରେ ପହଞ୍ଚିବ। ୧ କୋଟି ମହିଳାଙ୍କୁ ସୁନିଶ୍ଚିତ ଟଙ୍କା ମିଳିବ। । ଦୁଇ ଦିନ ପୂର୍ବରୁ ଏ ନେଇ ସମୀକ୍ଷା କରାଯାଇଛି। ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ଦିଆଯାଇଛି। ଇ-କଓ୍ବୋଇସି ପାଇଁ ଟିକେ ସମୟ ଲାଗୁଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। କିଏ ଆଗେ ଓ କିଏ ପରେ ପାଉଛନ୍ତି। କିନ୍ତୁ ସମସ୍ତେ ନିଶ୍ଚିତ ପାଇବେ ବୋଲି ସେ କହିଛନ୍ତି ।

ନିଜ ଜନ୍ମଦିବସ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସି ୨୫ ଲକ୍ଷ ୧୧ଜଣ ହିତାଧିକାରୀଙ୍କୁ ସୁଭଦ୍ରା ପ୍ରଥମ କିସ୍ତି ବାଣ୍ଟିଥିଲେ। ଏଥିପାଇଁ ୧୨୫୦ କୋଟି ୫୫ ହଜାର ଟଙ୍କା ଖର୍ଚ୍ଚ ହୋଇଛି । ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷ ବୟସର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୫ ବର୍ଷ (୨୦୨୪-୨୫ରୁ ୨୦୨୮-୨୯ )ମଧ୍ୟରେ ୫୦ ହଜାର ଟଙ୍କା ମିଳିବ। ୨ଟି କିସ୍ତିରେ ବାର୍ଷିକ ୧୦ ହଜାର ଟଙ୍କା ହିତାଧିକାରୀଙ୍କୁ ଡିବିଟି ମାଧ୍ୟମରେ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri