ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କହିଲେ ଖୁବ୍‌ଶୀଘ୍ର ମିଳିବ ସୁଭଦ୍ରା ଟଙ୍କା, ଯେଉଁ ହିତାଧିକାରୀ…

ଭୁବନେଶ୍ୱର,୨୮ା୧୦: ସରକାରଙ୍କ ‘ସୁଭଦ୍ରା’ ଯୋଜନାର କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାକି ରହିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଖୁବ୍‌ଶୀଘ୍ର ସୁଭଦ୍ରା ଟଙ୍କା ମିଳିବ

ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହେବାକୁ ୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି ପ୍ରଭାତୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଖବର ପାଇଁ ପ୍ରସ୍ତୁତ ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ କିମ୍ବା ଟୋଲ ଫ୍ରି ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ସୂଚନା ଦେଇଛନ୍ତି।

ମହିଳାମାନେ ସଶକ୍ତ ହେଲେ ଓଡ଼ିଶାର ବିକାଶ ହେବ। ମହିଳାଙ୍କ ଶକ୍ତି ଓ ସାମର୍ଥ୍ୟ ରାଜ୍ୟ ବିକାଶର ମୂଳମନ୍ତ୍ର। ଏହାକୁ ହୃଦୟଙ୍ଗମ କରି କେନ୍ଦ୍ର ସରକାର ଆଗାମୀ ଦିନରେ ଓଡ଼ିଶାକୁ ସୁନାର ଓଡ଼ିଶାରେ ପରିଣତ କରିବେ ବୋଲି ଜନତା ମଇଦାନରେ ନିଜ ଜନ୍ମଦିନରେ ବହୁ ଆକାଂକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ସୁଇଚ୍‌ ଟିପି ରାଜ୍ୟର ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ପ୍ରଥମ କିସ୍ତି ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାଠାରେ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରିଥିଲେ। ଏବେ ତୃତୀୟ ପର୍ଯ୍ୟାୟର ଟଙ୍କା ଆସିବ।

ସୂଚନାଯୋଗ୍ୟ, ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ  ମୋଟ ୫୦ ହଜାର ନଗଦ ଟଙ୍କା ଆସିବ । ଚଳିତ ଆର୍ଥିକ ବର୍ଷରୁ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା ଲାଗୁ ହୋଇଛି। ୨୦୨୪ ନିର୍ବାଚନରେ ଭାଜପା ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri