ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରାଯିବ । ସରକାର ଏକାଥରେ କୋଟିଏ ମହିଳାଙ୍କ ଖାତାକୁ ୫ ହଜାର ଟଙ୍କା ଲେଖାଏ ପଠାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର କାକଟପୁରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ, ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ୍‌ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଟଙ୍କା ଦିଆଯାଇଥିଲା। ସେମାନେ ଏକସଙ୍ଗେ ଦୁଇଟି କିସ୍ତି ପାଇଛନ୍ତି। ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ଦିଆଯାଇଥିଲା।

 

Dharitri – Odisha’s No.1 Odia Daily

Share