କାର୍ଯ୍ୟକାରୀ ହେବ ‘ସୁଭଦ୍ରା ପ୍ଲସ୍’: ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨: ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠୁ ଓଡ଼ିଶାର ମହିଳାମାନଙ୍କର ଉନ୍ନତୀକରଣ ଓ ସଶକରଣ ଦିରରେ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି କ୍ରମରେ ରାଜା ସରକାର ମହିଳାମାନଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନର ପ୍ରତିଶ୍ରୁତିକୁ ପାଳନ କରୁଛନ୍ତି। ମହିଳାଙ୍କୁ ଆର୍ଥିକ ଭାବେ ସଶକ୍ତ କରା‌ଯିବ। ଏଥିସହ ଲକ୍ଷପତି ଦିଦି କରିବା ଲକ୍ଷ୍ୟ ରହିଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ବଜେଟ୍‌ରେ ମହିଳାଙ୍କୁ ଗୁରୁତ୍ୱ ଦିଆଯାଇଛି। ଏଥିପାଇଁ ରାଜ୍ୟ ସରକାର ଖୋଲି ଦେଇଛନ୍ତି ପାଣ୍ଠି।

ମହିଳାଙ୍କ ନେତୃତ୍ୱାଧୀନ ସଶକ୍ତିକରଣ ଲକ୍ଷ୍ୟକୁ ଦୃଷ୍ଟିରେ ରଖି ସୁଭଦ୍ରା ପୁସ୍ କାର୍ଯ୍ୟକାରୀ କରିବେ ସରକାର। ଏଥିରେ ‘କିଶୋରୀ ସୁଭଦ୍ରା’, ସୁଭଦ୍ରା ସଞ୍ଚୟ’, ‘ସୁଭଦ୍ରା ସଖି, ‘ସୁଭଦ୍ରା ଯାତ୍ରୀ’, ‘ସୁଭଦ୍ରା ସଂଘ’ ( ସୁଭଦ୍ରା କ୍ଲବ୍), ‘କୁହ ସୁଭଦ୍ରା’ (କଲ୍ ସେଣ୍ଟର), “ସୁଭଦ୍ରା ସହ‌ଯୋଗୀ’, ‘ସୁଭଦ୍ରା ପଣ୍ଡିତ, *ସୁଭଦ୍ରା ସୁଭଦ୍ରା’ ଓ ‘ସୁଭଦ୍ରା ବୃଦ୍ଧି’ ଭଳି ନୂଆ ପଦକ୍ଷେ ପଦକ୍ଷେପ ନେବେ ସରକାର।

ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିରେ ୯୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୪ ହଜାର ୯ ଶହ କୋଟିରୁ ଅଧିକ ଟଙ୍କା ଦଇଛନ୍ତି। ୫ବର୍ଷରେ ସମସ୍ତ ଯୋଗ୍ୟ ମହିଳାଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବେ । କେବଳ ଏତିକି ଆର୍ଥିକ ସହାୟତାରେ ଅଟକିବ ନାହିଁ ସରକାର। ୨୦୨୫-୨୬ ଆର୍ଥିକ ବର୍ଷରେ ମହିଳାଙ୍କ ପାଇଁ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସୁଭଦ୍ରା ଯୋଜନାରେ ୧୦ ହଜାର ୧୪୫ ଗୋଟି ଟଙ୍କା ଓ ସୁଭଦ୍ରା ସୁରକ୍ଷା ଅଧିନରେ ୧୫୩ କୋଟି ଟଙ୍କା ଦିଆଯିବ।

ବଜେଟ ଉପସ୍ଥାପନ ଦେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କରିଛନ୍ତି, ରାଜ୍ୟ ସରକାର ମହିଳା ସଶକ୍ତିକରଣ ପାଇଁ ଐତିହାସିକ ଏବଂ ପଥ ପ୍ରଦର୍ଶକ ସୁଭଦ୍ରା ଯୋଜନାକୁ ସଫଳତାର ସହ କାର୍ଯ୍ୟକାରୀ କରିଛନ୍ତି । ଓଡ଼ିଶା ଇତିହାସରେ ସୁଭଦ୍ରା ହେଉଛି ସର୍ବବୃହତ୍ ଯୋଜନା, ଯାହା ମାଧ୍ୟମରେ ରାଜ୍ୟ ବିକାଶର କାହାଣୀକୁ ପୁନଃକିତ କରିବା ପାଇଁ ସରକାର ପ୍ରତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri