କାର୍ଯ୍ୟକାରୀ ହେବ ‘ସୁଭଦ୍ରା ପ୍ଲସ୍’: ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨: ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠୁ ଓଡ଼ିଶାର ମହିଳାମାନଙ୍କର ଉନ୍ନତୀକରଣ ଓ ସଶକରଣ ଦିରରେ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି କ୍ରମରେ ରାଜା ସରକାର ମହିଳାମାନଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନର ପ୍ରତିଶ୍ରୁତିକୁ ପାଳନ କରୁଛନ୍ତି। ମହିଳାଙ୍କୁ ଆର୍ଥିକ ଭାବେ ସଶକ୍ତ କରା‌ଯିବ। ଏଥିସହ ଲକ୍ଷପତି ଦିଦି କରିବା ଲକ୍ଷ୍ୟ ରହିଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ବଜେଟ୍‌ରେ ମହିଳାଙ୍କୁ ଗୁରୁତ୍ୱ ଦିଆଯାଇଛି। ଏଥିପାଇଁ ରାଜ୍ୟ ସରକାର ଖୋଲି ଦେଇଛନ୍ତି ପାଣ୍ଠି।

ମହିଳାଙ୍କ ନେତୃତ୍ୱାଧୀନ ସଶକ୍ତିକରଣ ଲକ୍ଷ୍ୟକୁ ଦୃଷ୍ଟିରେ ରଖି ସୁଭଦ୍ରା ପୁସ୍ କାର୍ଯ୍ୟକାରୀ କରିବେ ସରକାର। ଏଥିରେ ‘କିଶୋରୀ ସୁଭଦ୍ରା’, ସୁଭଦ୍ରା ସଞ୍ଚୟ’, ‘ସୁଭଦ୍ରା ସଖି, ‘ସୁଭଦ୍ରା ଯାତ୍ରୀ’, ‘ସୁଭଦ୍ରା ସଂଘ’ ( ସୁଭଦ୍ରା କ୍ଲବ୍), ‘କୁହ ସୁଭଦ୍ରା’ (କଲ୍ ସେଣ୍ଟର), “ସୁଭଦ୍ରା ସହ‌ଯୋଗୀ’, ‘ସୁଭଦ୍ରା ପଣ୍ଡିତ, *ସୁଭଦ୍ରା ସୁଭଦ୍ରା’ ଓ ‘ସୁଭଦ୍ରା ବୃଦ୍ଧି’ ଭଳି ନୂଆ ପଦକ୍ଷେ ପଦକ୍ଷେପ ନେବେ ସରକାର।

ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିରେ ୯୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୪ ହଜାର ୯ ଶହ କୋଟିରୁ ଅଧିକ ଟଙ୍କା ଦଇଛନ୍ତି। ୫ବର୍ଷରେ ସମସ୍ତ ଯୋଗ୍ୟ ମହିଳାଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବେ । କେବଳ ଏତିକି ଆର୍ଥିକ ସହାୟତାରେ ଅଟକିବ ନାହିଁ ସରକାର। ୨୦୨୫-୨୬ ଆର୍ଥିକ ବର୍ଷରେ ମହିଳାଙ୍କ ପାଇଁ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସୁଭଦ୍ରା ଯୋଜନାରେ ୧୦ ହଜାର ୧୪୫ ଗୋଟି ଟଙ୍କା ଓ ସୁଭଦ୍ରା ସୁରକ୍ଷା ଅଧିନରେ ୧୫୩ କୋଟି ଟଙ୍କା ଦିଆଯିବ।

ବଜେଟ ଉପସ୍ଥାପନ ଦେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କରିଛନ୍ତି, ରାଜ୍ୟ ସରକାର ମହିଳା ସଶକ୍ତିକରଣ ପାଇଁ ଐତିହାସିକ ଏବଂ ପଥ ପ୍ରଦର୍ଶକ ସୁଭଦ୍ରା ଯୋଜନାକୁ ସଫଳତାର ସହ କାର୍ଯ୍ୟକାରୀ କରିଛନ୍ତି । ଓଡ଼ିଶା ଇତିହାସରେ ସୁଭଦ୍ରା ହେଉଛି ସର୍ବବୃହତ୍ ଯୋଜନା, ଯାହା ମାଧ୍ୟମରେ ରାଜ୍ୟ ବିକାଶର କାହାଣୀକୁ ପୁନଃକିତ କରିବା ପାଇଁ ସରକାର ପ୍ରତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri