ଆଜିଠାରୁ ଖୋଲିବ ‘ସୁଭଦ୍ରା’ ପୋର୍ଟାଲ: ଏହିମାନେ କରିପାରିବେ ଆବେଦନ

ଭୁବନେଶ୍ୱର,୧ା୧୧(ସୁଚିସ୍ମିତା ସାହୁ):‘ସୁଭଦ୍ରା’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଲାଗି ନଭେମ୍ବର ୧ ଶନିବାରଠାରୁ ପୋର୍ଟାଲ ଖୋଲିବ। ଏହି ପୋର୍ଟାଲ ମାଧ୍ୟମରେ ୨୦ ବର୍ଷ ପୂରି ୨୧ ଚାଲୁଥିବା ଯୁବତୀମାନେ ସୁଭଦ୍ରା ସହାୟତା ପାଇଁ ଆବେଦନ କରିପାରିବେ। ଏଥିସହ ଯେଉଁମାନେ ପୂର୍ବରୁ ଆବେଦନ କରିପାରି ନାହାନ୍ତି, ସେମାନେ ମଧ୍ୟ ସୁଯୋଗ ପାଇବେ। ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ନୂଆପଡ଼ା ଜିଲାକୁ ଛାଡି ଅନ୍ୟ ସମସ୍ତ ଅଞ୍ଚଳର ମହିଳା ଆବେଦନ କରିପାରିବେ। ନୂଆ ହିତାଧିକାରୀ ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା କିସ୍ତି ପାଇବେ। ସେହିଦିନ ଚତୁର୍ଥ କିସ୍ତି ମିଳିବା ସହିତ ନୂଆ ଆବେଦନକାରୀଙ୍କୁ ମଧ୍ୟ କିସ୍ତି ବଣ୍ଟନ କରାଯିବ। ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଶୁକ୍ରବାର ଭୁବନେଶ୍ୱରଠାରେ ସୁଭଦ୍ରା ଏକତା ପଦଯାତ୍ରାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
ପୂର୍ବରୁ ମାର୍ଚ୍ଚ ୩୧ରେ ପ୍ରଥମ ପର୍ଯ୍ୟାୟ ସୁଭଦ୍ରା ଆବେଦନକୁ ବନ୍ଦ କରାଯାଇଥିଲା। ସେବେଠାରୁ ପୋର୍ଟାଲ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଫଳରେ ମାର୍ଚ୍ଚ ୩୧ ପରେ ଯେଉଁମାନଙ୍କୁ ୨୧ ବର୍ଷ ହୋଇଯାଇଥିଲା ସେମାନେ ଆଉ ଆବେଦନ କରିପାରି ନ ଥିଲେ। ସେହିପରି ଯେଉଁମାନେ କୌଣସି କାରଣ ଯୋଗୁ ଆବେଦନ କରିପାରି ନାହାନ୍ତି ସେମାନେ ମଧ୍ୟ ଆବେଦନ କରିପାରିବେ। ସେଥିପାଇଁ ସୁଭଦ୍ରା ପୋର୍ଟାଲକୁ ପୁଣିଥରେ ଖୋଲାଯାଉଛି। ଏତବ୍ୟତୀତ ନିକଟସ୍ଥ ଆମ ସେବା କେନ୍ଦ୍ର କିମ୍ବା ଜନସେବା କେନ୍ଦ୍ରରେ ମଧ୍ୟ ଦେୟମୁକ୍ତ ଭାବେ ପଞ୍ଜୀକରଣ କରାଯାଇପାରିବ। ଏଥିପାଇଁ ଆଧାର ନମ୍ବର ଓ ଆଧାର ସହ ଲିଙ୍କ୍‌ ଥିବା ମୋବାଇଲ ନମ୍ବର ପ୍ରଦାନ କରି ଜଣେ ହିତାଧିକାରୀ ଆବେଦନ କରିପାରିବେ। ସୁଭଦ୍ରା ନିୟମାବଳୀ ଅନୁଯାୟୀ ଯୋଗ୍ୟ ବିବେଚିତ ସମସ୍ତ ଆବେଦନକାରୀଙ୍କୁ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଦୁଇଟି କିସ୍ତି ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri