ଆଜିଠାରୁ ଖୋଲିବ ‘ସୁଭଦ୍ରା’ ପୋର୍ଟାଲ: ଏହିମାନେ କରିପାରିବେ ଆବେଦନ

ଭୁବନେଶ୍ୱର,୧ା୧୧(ସୁଚିସ୍ମିତା ସାହୁ):‘ସୁଭଦ୍ରା’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଲାଗି ନଭେମ୍ବର ୧ ଶନିବାରଠାରୁ ପୋର୍ଟାଲ ଖୋଲିବ। ଏହି ପୋର୍ଟାଲ ମାଧ୍ୟମରେ ୨୦ ବର୍ଷ ପୂରି ୨୧ ଚାଲୁଥିବା ଯୁବତୀମାନେ ସୁଭଦ୍ରା ସହାୟତା ପାଇଁ ଆବେଦନ କରିପାରିବେ। ଏଥିସହ ଯେଉଁମାନେ ପୂର୍ବରୁ ଆବେଦନ କରିପାରି ନାହାନ୍ତି, ସେମାନେ ମଧ୍ୟ ସୁଯୋଗ ପାଇବେ। ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ନୂଆପଡ଼ା ଜିଲାକୁ ଛାଡି ଅନ୍ୟ ସମସ୍ତ ଅଞ୍ଚଳର ମହିଳା ଆବେଦନ କରିପାରିବେ। ନୂଆ ହିତାଧିକାରୀ ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା କିସ୍ତି ପାଇବେ। ସେହିଦିନ ଚତୁର୍ଥ କିସ୍ତି ମିଳିବା ସହିତ ନୂଆ ଆବେଦନକାରୀଙ୍କୁ ମଧ୍ୟ କିସ୍ତି ବଣ୍ଟନ କରାଯିବ। ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଶୁକ୍ରବାର ଭୁବନେଶ୍ୱରଠାରେ ସୁଭଦ୍ରା ଏକତା ପଦଯାତ୍ରାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
ପୂର୍ବରୁ ମାର୍ଚ୍ଚ ୩୧ରେ ପ୍ରଥମ ପର୍ଯ୍ୟାୟ ସୁଭଦ୍ରା ଆବେଦନକୁ ବନ୍ଦ କରାଯାଇଥିଲା। ସେବେଠାରୁ ପୋର୍ଟାଲ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଫଳରେ ମାର୍ଚ୍ଚ ୩୧ ପରେ ଯେଉଁମାନଙ୍କୁ ୨୧ ବର୍ଷ ହୋଇଯାଇଥିଲା ସେମାନେ ଆଉ ଆବେଦନ କରିପାରି ନ ଥିଲେ। ସେହିପରି ଯେଉଁମାନେ କୌଣସି କାରଣ ଯୋଗୁ ଆବେଦନ କରିପାରି ନାହାନ୍ତି ସେମାନେ ମଧ୍ୟ ଆବେଦନ କରିପାରିବେ। ସେଥିପାଇଁ ସୁଭଦ୍ରା ପୋର୍ଟାଲକୁ ପୁଣିଥରେ ଖୋଲାଯାଉଛି। ଏତବ୍ୟତୀତ ନିକଟସ୍ଥ ଆମ ସେବା କେନ୍ଦ୍ର କିମ୍ବା ଜନସେବା କେନ୍ଦ୍ରରେ ମଧ୍ୟ ଦେୟମୁକ୍ତ ଭାବେ ପଞ୍ଜୀକରଣ କରାଯାଇପାରିବ। ଏଥିପାଇଁ ଆଧାର ନମ୍ବର ଓ ଆଧାର ସହ ଲିଙ୍କ୍‌ ଥିବା ମୋବାଇଲ ନମ୍ବର ପ୍ରଦାନ କରି ଜଣେ ହିତାଧିକାରୀ ଆବେଦନ କରିପାରିବେ। ସୁଭଦ୍ରା ନିୟମାବଳୀ ଅନୁଯାୟୀ ଯୋଗ୍ୟ ବିବେଚିତ ସମସ୍ତ ଆବେଦନକାରୀଙ୍କୁ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଦୁଇଟି କିସ୍ତି ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri